ସେନସେକ୍ସ, ନିଫ୍ଟିରେ ନୂଆ ରେକର୍ଡ

ମୁମ୍ବାଇ,୧୭-୪: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ନିବେଶକଙ୍କ ଆଗ୍ରହ ବୃଦ୍ଧି ଯୋଗୁ ଉଭୟ ସେନସେକ୍ସ ଓ ନିଫ୍ଟିରେ ନୂଆ ରେକର୍ଡ ହୋଇପାରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ ସୂଚକାଙ୍କ ୩୯,୩୬୪.୩୪ର ସର୍ବକାଳୀନ ଉଚ୍ଚସ୍ତରରେ ପହଞ୍ଚତ୍ଥିବା ବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ)ର ୫୦ ଶେୟାର ବିଶିଷ୍ଟ ସୂଚକାଙ୍କ ନିଫ୍ଟି ମଧ୍ୟ ଇତିହାସରେ ପ୍ରଥମ ଥର ୧୧,୮୦୦ ସ୍ତର ଛୁଇଁଛି। ସେନସେକ୍ସ ୩୬୯.୦ ପଏଣ୍ଟ ସହିତ ୩୯,୨୭୫.୬୪ରେ ବନ୍ଦ ହୋଇଥିବା ବେଳେ ନିଫ୍ଟି ୯୬.୮୦ ପଏଣ୍ଟ ବୃଦ୍ଧି ସହ ୧୧,୭୮୭.୧୫ରେ ବନ୍ଦ ହୋଇଥିଲା। ଚଳିତ ବର୍ଷ ଭଲ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କେନ୍ଦ୍ରରେ ପୁନର୍ବାର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଫେରୁଥିବା ମନେ କରି ବିଦେଶୀ ନିବେଶକମାନେ ଭାରତୀୟ ଷ୍ଟକ୍‌ ବଜାରରେ ନିବେଶ ବୃଦ୍ଧି କରିଥିବାରୁ ଏବଂ ବାଣିଜ୍ୟ ତଥ୍ୟ ସକାରାମତ୍କ ରହିବା କାରଣରୁ ଷ୍ଟକ ବଜାର ପ୍ରତି ଘରୋଇ ଓ ବିଦେଶୀ ନିବେଶକଙ୍କ ଆଗ୍ରହ ବେଶ ବଢ଼ିଥିବା ଦେଖାଯାଇଛି, ଯାହାର ପ୍ରତିଫଳନ ମଙ୍ଗଳବାର ଷ୍ଟକ୍‌ ବଜାରରେ ଦୃଷ୍ଟିଗୋଚର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri