Posted inଜାତୀୟ

ସେନାଧ୍ୟକ୍ଷଙ୍କୁ ଚିଦାମ୍ବରମଙ୍କ ପରାମର୍ଶ: ନିଜ କାମରେ ସୀମିତ ରୁହ

ଥିରୁଭାନନ୍ତପୁରମ୍‌,୨୯ା୧୨: ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ୍‌ ନିଜ କାମ ଭିତରେ ସୀମିତ ରୁହନ୍ତୁ, ରାଜନେତାଙ୍କୁ ଶିକ୍ଷାଦେବା ବନ୍ଦକରନ୍ତୁ ବୋଲି କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ୍‌ ଶନିବାର କହିଛନ୍ତି। ରାଜନେତାମାନେ ସେନା ଅଧିକାରୀଙ୍କୁ କିଭଳି ସେମାନଙ୍କ କାର୍ଯ୍ୟ କରିବାକୁ ହୁଏ କୁହନ୍ତି ନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ସିଏଏ ବିରୋଧୀ ହିଂସାରେ ସାମିଲ ଥିବା ଯୁବବର୍ଗଙ୍କୁ ଖରାପ ବାଟରେ ନେଉଥିବା ଲୋକ ନେତା ନୁହେଁ ବୋଲି ଜେନେରାଲ ରାଓ୍ବତ୍‌ ଗୁରୁବାର କହିଥିଲେ। ଚିଦାମ୍ବରମ କହିଛନ୍ତି, ସରକାର ଡିଜିପି ଓ ସେନା ଅଧିକାରୀଙ୍କୁ ସମର୍ଥନ ଲାଗି କହିବା ଲଜ୍ଜାର କଥା। ବିଶେଷକରି ସେନାବାହିନୀର ନେତୃତ୍ୱ ନେଉଥିବା ବ୍ୟକ୍ତି ନିଜ କାମରେ ସୀମିତ ରହିବା ଉଚିତ । ସେମାନେ ରାଜନେତାଙ୍କୁ କ’ଣ କରିବା, ନ କରିବା କଥା କହିବା ଅନୁଚିତ ବୋଲି କେରଳର ଥିରୁଭାନନ୍ତପୁରମ୍‌ରେ କଂଗ୍ରେସର ମହାର଼୍ୟାଲିକୁ ଉଦ୍‌ବୋଧନ ଦେଇ କହିଛନ୍ତି। ସିଏଏ, ଏନ୍‌ଆର୍‌ସି ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଓ ବେଆଇନ, ଏହାକୁ ପ୍ରତ୍ୟାହାର କରାଯିବା ଦରକାର। ନଚେତ୍‌ କଂଗ୍ରେସ ଆନ୍ଦୋଳନ ଜାରିରହିବ ବୋଲି ଚିଦାମ୍ବରମ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଆସାଦୁଦ୍ଦିନ ମଧ୍ୟ ପୂର୍ବରୁ ସେନାଧ୍ୟକ୍ଷଙ୍କୁ ରାଜନେତାଙ୍କ କଥାରେ ମୁଣ୍ଡ ନ ପୂରାଇ ନିଜ କାର୍ଯ୍ୟ ପରିସର ଭିତରେ ରହିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri