Posted inଜାତୀୟ

ସେନ୍‌ଗରଙ୍କୁ ଜେଲ୍‌ରେ ସିବିଆଇ ଜେରା

ଲକ୍ଷ୍ନୌ, ୪ା୮(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ଅବସ୍ଥା ଏବେ ସଙ୍କଟାପନ୍ନ ରହିଛି। ସେ ନିମୋନିଆରେ ଆକ୍ରାନ୍ତ ହୋଇଥିବାବେଳେ ଡ଼ାକ୍ତରୀ ଚିକିତ୍ସା ଜାରି ରହିଛି। ଜ୍ୱର ସହ ବ୍ଲଡ ସୁଗାର ବଢିଯାଇଛି। ଓ୍ବିଣ୍ଡ ପାଇପ୍‌ ସହାୟତାରେ ସେ ଅକ୍ସିଜେନ୍‌ ନେଉଛନ୍ତି। ତେବେ ତାଙ୍କ ସହ ଦୁର୍ଘଟଣାର ଶିକାର ହୋଇଥିବା ଓକିଲଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି। ବିନା ଭେଣ୍ଟିଲେଟରରେ ସେ ନିଃଶ୍ୱାସ ପ୍ରଶ୍ୱାସ ନେଇପାରୁଥିବା କିଙ୍ଗ ଜର୍ଜସ ମେଡ଼ିକାଲ ୟୁନିଭର୍ସିଟି ଟ୍ରାଉମା ସେଣ୍ଟର ମୁଖ୍ୟ ସନ୍ଦୀପ ତିଓ୍ବାରୀ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ପୀଡ଼ିତାଙ୍କୁ ଦିଲ୍ଲୀର ଏମ୍ସକୁ ଚିକgିତ୍ସା ଲାଗି ନିଆଯିବ କି ନାହିଁ, ସୁପ୍ରିମକୋର୍ଟ ସୋମବାର ସେ ସମ୍ପର୍କରେ ନିର୍ଦ୍ଦେଶ ଦେବେ। ଅନ୍ୟ ପକ୍ଷରେ ଏହି ଘଟଣାରେ ସିବିଆଇ ଭାଜପା ବିଧାୟକ କୁଲଦୀପ ସିଂ ସେନଗରଙ୍କ ସମେତ ୧୦ ଜଣଙ୍କୁ ଗିରଫ କରିଥିବାବେଳେ ତଦନ୍ତ ଜାରି ରହିଛି। ସିବିଆଇ ପକ୍ଷରୁ ଜେଲ୍‌ରେ ସେନ୍‌ଗରଙ୍କୁ ଶନିବାର ଜେରା କରାଯାଇଛି। ସେପଟେ ସେନ୍‌ଗର ପାଇଥିବା ବନ୍ଧୁକ ଲାଇସେନ୍ସକୁ ଉନ୍ନାଓ ଜିଲା ମାଜିଷ୍ଟ୍ରେଟ୍‌ ରଦ୍ଦ କରିଛନ୍ତି। ଗୋଟିଏ ରାଇଫଲ, ଗୋଟିଏରିଭଲ୍‌ଭର ଓ ଗୋଟିଏ ସିଙ୍ଗିଲ ବ୍ୟାରେଲ ଗନ୍‌ ଲାଗି ତାଙ୍କୁ ଅନୁମତି ମିଳିଥିଲା। ବଳାତ୍କାର ମାମଲାରେ ସେନ୍‌ଗରଙ୍କୁ ଗତ ଏପ୍ରିଲ ୧୩ରେ ଗିରଫ କରାଯାଇଥିବାବେଳେ ଏବେ ସେ ସୀତାପୁର ଜିଲା କାରାଗାରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ମୋଦିଙ୍କ ସହ ସେଲ୍‌ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…

ନାଇସ୍‌,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍‌ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri