ସେପ୍ଟେଜ ବିଶୋଧନାଗାର ପରିଚାଳନା କର୍ମଶାଳା

ବ୍ରହ୍ମପୁର ଅଫିସ,୧୮ା୧୦- ମହିଳା ସ୍ବୟଂସହାୟକ ଗୋଷ୍ଠୀ (ଏସ୍‌ଏଚଜି)ଙ୍କୁ ସୁଦୃଢ କରିବାକୁ ବ୍ରହ୍ମପୁର ମହାନଗର ନିଗମ ଆଉ ଏକ ପଦକ୍ଷେପ ଗ୍ରହଣ କରିଛି। ପୂର୍ବରୁ ମହିଳା ଏସ୍‌ଏଚଜିଙ୍କୁ ଶୌଚାଳୟ ପରିଚାଳନା ଦିଗରେ ନିୟୋଜିତ କରାଯାଇଥିଲା। ଏବେ ମହୁଡାରେ ନିର୍ମିତ ସେପ୍ଟେଜ ବିଷୋଧନାଗାର ପରିଚାଳନା କରିବାକୁ ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ା ଯାହା ଓଡିଶାର ପ୍ରଥମ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଏନେଇ ଗୁରୁବାର ନିଗମ ସମ୍ମିଳନୀ କକ୍ଷରେ ଏସ୍‌ଏଚଜିଙ୍କ ଦୁଇଦିନିଆ କର୍ମଶାଳା ଶୁଭାରମ୍ଭ ହୋଇଛି। ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ବିଏମ୍‌ସି ଦ୍ୱାରା ଚୟନ ୪ ମହିଳା ଏସ୍‌ଏଚଜିର ୪୦ ମହିଳାଙ୍କୁ ସେପ୍ଟେଜ ବିଶୋଧନାଗାର ପରିଚାଳନା ଓ କାର୍ଯ୍ୟ ଉପରେ ତାଲିମ ପ୍ରଦାନ କରାଯାଇଥିଲା ା ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଟେକ୍ନିକାଲ ସପୋର୍ଟ ୟୁନିଟ ଅଧିକାରୀମାନେ ଉପସ୍ଥିତ ରହି ପ୍ଲାଣ୍ଟରେ ମଳ ବିଶୋଧନର ସ୍ତରୀକରଣ ଓ ପ୍ରଣାଳୀ ଉପରେ ଏସ୍‌ଏଚଜିଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବସ୍ତି ଉନ୍ନୟନ ଅଧିକାରୀ ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ସମେତ ଜାତୀୟ ସହରାଞ୍ଚଳ ଜୀବିକା ମିଶନ(ଏନୟୁଏଲଏମ୍‌) କର୍ମକର୍ତ୍ତା ଉପସ୍ଥିତ ଥିଲେ। ତେବେ ଏହି ଦୁଇଦିନିଆ କର୍ମଶାଳାରେ ଏସ୍‌ଏସଜିଙ୍କୁ ଅଗାମୀ ଦିନରେ ମହୁଡାସ୍ଥିତ ବିଶୋଧନାଗାରର ସମ୍ପୂର୍ଣ୍ଣ ପରିଚାଳନା ଦାୟିତ୍ୱ ପ୍ରଦାନ କରାଯିବ। ଉକ୍ତ ଏସ୍‌ଏଚଜିର ମହିଳାମାନେ ପ୍ଲାଣ୍ଟର ରକ୍ଷଣାବେକ୍ଷଣ ପରିଚାଳନା କରିବେ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri