ସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍‌ଭି ଆକ୍ଟ କଡ଼ାକଡ଼ି ଲାଗୁ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): ବର୍ତ୍ତମାନ ଯାନବାହନ ସଂଖ୍ୟା ବଢି ଚାଲିଥିବାରୁ ପ୍ରତିଦିନ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ଦୁର୍ଘଟଣାଜନିତ ମୃତ୍ୟୁହାର କମାଇବା ପାଇଁ ସରକାରଙ୍କ ପରିବହହନ ବିଭାଗ ପକ୍ଷରୁ ମୋଟରଯାନ ଧାରା ୧୯୮୮କୁ ପରିବର୍ତ୍ତନ କରି ନୂତନ ନିୟମ ଏମ୍‌ଭି ଆକ୍ଟ ଲାଗୁ କରାଯାଇଛି। ବର୍ତ୍ତମାନ କଳାହାଣ୍ଡି ଆଞ୍ଚଳିକ ପରିବହନ ଅଧିକାରୀ ଓ ଜିଲା ପୋଲିସ ପକ୍ଷରୁ ଏହାକୁ ଆଗାମୀ ସେପ୍ଟେମ୍ବର ପହିଲାରୁ କଡ଼ାକଡ଼ି ଭାବେ ଲାଗୁ ହେବାକୁ ସ୍ଥିର କରାଯାଇଛି। ବିନା ହେଲମେଟ୍‌, ସିଟ୍‌ବେଲ୍ଟ ନ ବାନ୍ଧିବା, ସିଗ୍‌ନାଲ ନ ମାନି ଗାଡ଼ି ଚଲାଇବା, ବାଇକ୍‌ରେ ୨ ରୁ ଅଧିକ ଯାତ୍ରୀ ବସିବା, ବିନା ଲାଇସେନ୍ସରେ ଗାଡି ଚଳାଇବା, ଆମ୍ବୁଲାନ୍ସକୁ ରାସ୍ତା ନ ଦେବା ଓ ମୋବାଇଲରେ କଥା ହୋଇ ଗାଡ଼ି ଚଲାଇବା ଭଳି କାର୍ଯ୍ୟକଳାପ ପ୍ରତି ପରିବହନ ଓ ପୋଲିସ ବିଭାଗ କଡ଼ା ନଜର ରଖି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କଳାହାଣ୍ଡି ଆଞ୍ଚଳିକ ପରିବହନ ଅଧିକାରୀ ଦୀନବନ୍ଧୁ ଶୁଣ୍ଢି ପ୍ରକାଶ କରିଛନ୍ତି। ଏଥିଲାଗି ଜରିମାନା ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri