ସେପ୍ଟେମ୍ବର ପୂର୍ବରୁ ଡିଏଲ୍‌-ଏଲ୍‌ଏଲ୍‌ ଆବେଦନ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ସେପ୍ଟେମ୍ବର ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ଓ ଲନର୍ସ ଲାଇସେନ୍ସ(ଏଲ୍‌ଏଲ୍‌)ପାଇଁ ଆବେଦନ କରି ହେବନାହିଁ। ଏହା କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ପୁରୁଣା ଆବେଦନକାରୀଙ୍କୁ ଜୁଲାଇରୁ ନୂଆ ସ୍ଲଟ୍‌ ମିଳିବ। ତେବେ ଡିଏଲ୍‌-ଏଲ୍‌ଏଲ୍‌ ପାଇଁ ଅଢ଼େଇ ଲକ୍ଷ ଲୋକ ଆବେଦନ କରିଛନ୍ତି। ସେମାନଙ୍କୁ ନୁଆ ସ୍ଲଟ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, କରୋନା ଭୂତାଣୁ ସଂକ୍ରମଣ ପରେ ମାର୍ଚ୍ଚ ୧୮ରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ପାଇଁ ସ୍ଲଟ ବୁକିଂ ଓ ମାର୍ଚ୍ଚ ୨୫ରୁ ଟେଷ୍ଟ ବନ୍ଦ ଥିଲା। ଫଳରେ ବହୁ ଆବେଦନ ପଡ଼ି ରହିଥିଳା। ଜୁନ୍‌ ୧୧ରୁ ଡିଏଲ୍‌ ଟେଷ୍ଟ ଏବଂ ୨୨ରୁ ଏଲ୍‌ଏଲ୍‌ ନିମନ୍ତେ ସ୍ଲଟ ବୁକିଂ ପାଇଁ ଗତ ବୁଧବାର ଘୋଷଣା ହୋଇଥିଲା। ଫଳରେ ଆର୍‌ଟିଓ ଅଫିସ ଆଗରେ ଭିଡ ଜମିଥିଲା। ହେଲେ ସାରଥୀ ପୋର୍ଟାଲରେ ସମସ୍ୟା ଯୋଗୁ ବୁକିଂ ହୋଇପାରି ନ ଥିଳା। ଫଳରେ ଏହି ଟେଷ୍ଟକୁ ଅନ୍ୟାଦେଶ ଯାଏ ଏସ୍‌ଟିଏ ପକ୍ଷରୁ ବାତିଲ କରାଯାଇଛି। ତେବେ ମାର୍ଚ୍ଚ ୧୮ରୁ ଯେଉଁ ଏଲ୍‌ଏଲ୍‌ଗୁଡ଼ିକର ସମୟସୀମା ଶେଷ ହୋଇଛି, ତାହାର ବୈଧତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି ବୋଲି ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri