ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଜଗା-କାଳିଆ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ। ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହେବା ପରେ ଏଯାବତ ଦିଲ୍ଲୀ ଏମ୍ସରେ ଉଭୟ ଚିକିତ୍ସାଧୀନ ଥିବା ବେଳେ ଏବେ କଟକ ଏସ୍‌ସିବିରେ ତାଙ୍କ ଚିକିତ୍ସା କରାଯିବ। ତେବେ ସେମାନେ ୬ ତାରିଖରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ ବାହାରି ୭ରେ କଟକ ପହଞ୍ଚିବେ। ସେମାନଙ୍କ ସହ ଏମ୍‌ସ ଡାକ୍ତର ଓ ଓଡ଼ିଶା ଭବନ କର୍ମଚାରୀ ମଧ୍ୟ ଆସିବେ ବୋଲି ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି।

ଜଗା ଓ କାଳିଆଙ୍କ ପରବର୍ତ୍ତୀ ଚିକିତ୍ସା ଓ ରହଣି ଲାଗି କଟକ ଏସ୍‌ସିବିରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଏସ୍‌ସିବିରେ ୬ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ଗଠନ କରାଯାଇଛି। ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟିମ୍‌ରେ ଶିଶୁରୋଗ ବିଭାଗ ମୁଖ୍ୟ ପ୍ରଫେସର ଜେ.ଏନ୍‌. ବେହେରା, ନ୍ୟୁରୋଲୋଜି ବିଭାଗ, ସର୍ଜରୀ ବିଭାଗ ଭଳି ଅନ୍ୟ ବିଭାଗର ବରିଷ୍ଠ ଡାକ୍ତର ମଧ୍ୟ ଏଥିରେ ସାମିଲ ଅଛନ୍ତି। ଦୁଇ ଭାଇଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ସହ ପ୍ରତିଟି ମୁହୂର୍ତ୍ତ ଉପରେ ଡାକ୍ତରୀ ଟିମ ନଜର ରଖିବ। ଯଦି ଆବଶ୍ୟକ ପଡ଼େ, ଜଣେ ଡାଏଟିସିଆନ ଓ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଶେଷଜ୍ଞଙ୍କୁ ମଧ୍ୟ ଏହି ଟିମ୍‌ରେ ରଖାଯିବ ବୋଲି ଏସ୍‌ବିି ଜରୁରିକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା ପୂର୍ବରୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୧୪ରେ କନ୍ଧମାଳ ଜିଲା ମିଲିପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା କାଳିଆଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ସେବେଠାରୁ ଏହି ଦୁଇ ଭାଇ ଏମ୍ସରେ ରହିଥିବାବେଳେ କିଛିଦିନ ତଳେ ଓଡ଼ିଶା ଆସିପାରିବେ ବୋଲି କର୍ତ୍ତୃପକ୍ଷ କହିଥିଲେ। ଏହାପରେ ଦୁଇଜଣଙ୍କୁ ଭୁବନେଶ୍ୱର ଏମ୍ସରେ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗ ସ୍ଥିର କରି ଅନୁମତି ମାଗିଥିଲେ। କିନ୍ତୁ ଭୁବନେଶ୍ୱର ଏମ୍ସରୁ କୌଣସି ଉତ୍ତର ନ ମିଳିବାରୁ ଏସ୍‌ସିବିରେ ରଖିବା ପାଇଁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri