ସେପ୍ଟେମ୍ବରରେ ଉତ୍ତର ରେଳପଥରେ ୪ଟ୍ରେନ ବାତିଲ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଉତ୍ତର ରେଳପଥରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁ ୪ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ବିଶାଖାପାଟଣା-ଅମୃତସର-ବିଶାଖାପାଟଣା ହୀରାକୁଦ ଏକ୍ସପ୍ରେସ(୧୮୫୦୭-୧୮୫୦୮) ବିଶାଖାପାଟଣାରୁ ସେପ୍ଟେମ୍ବର ୫ ଓ ୬ ଏବଂ ଅମୃତସରଠାରୁ ସେପ୍ଟେମ୍ବର ୮ ଓ ୧୧ରେ ବାତିଲ ରହିବ। ବିଶାଖାପାଟଣା-ହଜରତ ନିଜାମୁଦ୍ଦିନ-ବିଶାଖାପାଟଣା ସମତା ଏକ୍ସପ୍ରେସ(୧୨୮୦୭-୧୨୮୦୮) ବିଶାଖାପାଟଣାରୁ ସେପ୍ଟେମ୍ବର ୪ ଓ ୫ ଏବଂ ନିଜାମୁଦ୍ଦିନରୁ ସେପ୍ଟେମ୍ବର ୬ ଓ ୭ରେ ବାତିଲ ରହିବ। ସମ୍ବଲପୁର-ରାଇଗଡ-ସମ୍ବଲପୁର ସ୍ବତନ୍ତ୍ର ଲିଙ୍କ ଟ୍ରେନ ସମ୍ବଲପୁରରୁ ସେପ୍ଟେମ୍ବର ୭ ଓ ରାଇଗଡରୁ ୮ରେ ବାତିଲ ରହିବ। ସେହିଭଳି ବିଶାଖାପାଟଣା-ନୂଆଦିଲ୍ଲୀ-ବିଶାଖାପାଟଣା ଏପି ଏକ୍ସପ୍ରେସ (୨୨୪୧୫-୨୨୪୧୬) ବିଶାଖାପାଟଣାରୁ ସେପ୍ଟେମ୍ବର ୬ ଓ ନୂଆଦିଲ୍ଲୀରୁ ୮ରେ ବାତିଲ ରହିବ। ଏହା ସହ ପୁରୀ-ହରିଦ୍ୱାର-ପୁରୀ କଳିଙ୍ଗ ଉତ୍କଳ ଏକ୍ସପ୍ରେସ(୧୮୪୭୭-୧୮୪୭୮) ର ମାର୍ଗ ପରିବର୍ତ୍ତନ କରାଯାଇଛି। ଏହି ଏକ୍ସପ୍ରେସ ପୁରୀଠାରୁ ସେପ୍ଟେମ୍ବର ୨କୁ ଛାଡି ୧ତାରିଖରୁ ୬ ତାରିଖ ଯାଏଁ ଏବଂ ହରିଦ୍ୱାରଠାରୁ ୬ ଓ ୮ରେ ପରିବର୍ତ୍ତିତ ମାର୍ଗରେ ଯାତାୟାତ କରିବ। ମଥୁରା ଓ ନିଜାମୁଦ୍ଦିନ ଷ୍ଟେସନ ମାର୍ଗରେ ନ ଯାଇ ଆଗ୍ରା କ୍ୟାଣ୍ଟ-ମିତାଓ୍ବାଲି-ଖୁରଜା-ମିରଟ ସିଟି-ତାପ୍ରି ଷ୍ଟେସନ ମାର୍ଗରେ କଳିଙ୍ଗ ଉତ୍କଳ ଏକ୍ସପ୍ରେସ୍‌ ଚଳାଚଳ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri