ସେବା କାର୍ଯ୍ୟରେ ସାମିଲ ପ୍ରଭାତଙ୍କ ଟିମ୍‌: ସ୍ବାସ୍ଥ୍ୟସେବା ଲୋଡ଼ୁଥିବା ଲୋକଙ୍କୁ ବଢାଉଛନ୍ତି ସହାୟତାର ହାତ

କଟକ ଅଫିସ,୧୦ା୪: ଲକ୍‌ଡାଉନ ବଳବତ୍ତର ଥିବାରୁ ସାଧାରଣରେ ଯାତାୟାତ ବନ୍ଦ ହୋଇଯାଇଛି । ବିନା କାରଣରେ ଲୋକଙ୍କୁ ରାସ୍ତାରେ ବୁଲୁଥିବା ଦେଖିଲେ ପୋଲିସ ଜରିମାନା ଲଦିବା ସହ ଗାଡ଼ି ଜବତ କରି ନେଉଛି। ଏଭଳି ସ୍ଥିତିରେ କଟକର ୮ଜଣ ଯୁବକ ସ୍ବାସ୍ଥ୍ୟସେବା ଲୋଡ଼ୁଥିବା ଲୋକଙ୍କ ପାଇଁ ଦେବଦୂତ ପାଲଟିଛନ୍ତି। ଘରୋଇ ନର୍ସିଂହୋମରେ ଭର୍ତ୍ତି ହେଉଥିବା ରୋଗୀ ହୁଅନ୍ତୁ କିମ୍ବା ଏସ୍‌ସିବି ମେଡିିକାଲରୁ ଡିସଚାର୍ଜ ହୋଇ ଦୂରଦୂରାନ୍ତକୁ ଯିବା ପାଇଁ ଚାହୁଁଥିବା ରୋଗୀଙ୍କ ପାଇଁ ଏମାନେ ମାଗଣାରେ ସେବା ଯୋଗାଉଛନ୍ତି। କଟକରେ ଚିକିତ୍ସିତ ହେଉଥିବା ବରଗଡ଼ର ଜଣେ ରୋଗୀ ଘରକୁ ଫେରି ଏ ନେଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରିବା ପରେ ଏଭଳି ଘଟଣା ଜଣାପଡ଼ିଥିଲା। ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଏହି ଟିମ୍‌ କାମ କରୁଛି।
ବରଗଡ଼ର ରାଜେଶ କୁମାର ତ୍ରିପାଠୀଙ୍କ ଜଣେ ସମ୍ପର୍କୀୟ ବୋନ୍‌ କ୍ୟାନ୍ସରରେ ପୀଡ଼ିତ ହୋଇ କଟକରେ ଚିକିତ୍ସିତ ହେଉଥିଲେ। କିଛି ଦିନ ତଳେ ରୋଗୀ ଜଣଙ୍କୁ ଘରକୁ ଫେରିଯିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ହେଲେ ବରଗଡ଼କୁ ଯିବା ପାଇଁ ଅର୍ଥ ବାଧକ ସାଜିଥିବାବେଳେ କୌଣସି ଘରୋଇ ଆମ୍ବୁଲାନ୍ସ ଯିବାକୁ ମଧ୍ୟ ରାଜି ହୋଇ ନ ଥିଲେ। ଏ ନେଇ ରାଜେଶ ବିଧାୟକ ଦେବେଶ କୁମାର ଆଚାର୍ଯ୍ୟଙ୍କୁ ଯୋଗାଯୋଗ କରିଥିଲେ। ପରେ ଘଟଣା ସମ୍ପର୍କରେ ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଖବର ପାଇ ରାଜେଶଙ୍କ ପ୍ରତି ସହାୟତାର ହାତ ବଢ଼ାଇଥିଲେ। ନିଃଶୁଳ୍କରେ ଏକ ଘରୋଇ ଆମ୍ବୁଲାନ୍ସ ଗାଡ଼ି ଜରିଆରେ ରାଜେଶ ଓ ତାଙ୍କ ସମ୍ପର୍କୀୟଙ୍କୁ ବରଗଡ଼ରେ ଛାଡ଼ିଥିଲେ। ପ୍ରଭାତଙ୍କୁ ଏଭଳି ମହତ କାମରେ ସହଯୋଗ କରୁଛନ୍ତି ୮ ଯୁବକ। ସେମାନେ ହେଲେ ଭବାନୀ ଶଙ୍କର ଦାଶ, ରବୀନ୍ଦ୍ର କୁମାର ରାଉତରାୟ, ଚିନ୍ମୟ ସାହୁ, ସୀମାଞ୍ଚଳ ବାରିକ, ଯୁଧିଷ୍ଠିର ବିଶ୍ୱାଳ, ଅସିତ କୁମାର ପାଢ଼ୀ, ରାନୁ ବିଶ୍ୱାଳ ଏବଂ ପ୍ରଭାତ କୁମାର ଭୂୟାଁ। ଏବେ ସୁଦ୍ଧା ୧୦ରୁ ଊର୍ଦ୍ଧ୍ୱ ଡିସ୍‌ଚାର୍ଜ ରୋଗୀଙ୍କୁ ନିଃଶୁଳ୍କରେ ବିଭିନ୍ନ ଜିଲାରେ ନେଇ ଛାଡ଼ିବା ସହ ୪ଜଣ ରୋଗୀଙ୍କୁ ମେଡ଼ିକାଲରେ ଭର୍ତ୍ତି କରିବା କରି ସାରିଲେଣି। ଏ ସମ୍ପର୍କରେ ପୂର୍ବତନ ବିଧାୟକ ପ୍ରଭାତଙ୍କୁ ପଚାରିବାରୁ ସେ କହିଥିଲେ, ଏଭଳି ସମୟରେ ନିଜ ସାମର୍ଥ୍ୟ ଅନୁଯାୟୀ ସମସ୍ତେ ସହଯୋଗର ହାତ ବଢ଼ାଇବା ଉଚିତ୍‌। ଏସ୍‌ସିବିରେ ଅନେକ ଗରିବ ରୋଗୀ ଚିକିତ୍ସିତ ହେଉଛନ୍ତି। ଲକ୍‌ଡାଉନ ଯୋଗୁ ସେମାନେ ଘରକୁ ଫେରିବା ଅସମ୍ଭବ। ଲୋକଙ୍କୁ ସହାୟତା କରିବା ପାଇଁ ଯଥାସମ୍ଭବ ଚେଷ୍ଟା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri