ସେବାୟତଙ୍କ ମଧ୍ୟରେ ବିବାଦ: ୪ ଦିନ ଧରି ବନ୍ଦ ରହିଥିଲା ମା’ ହରଚଣ୍ଡୀ ମନ୍ଦିର, ଦେବୋତ୍ତର ବିଭାଗ ହସ୍ତକ୍ଷେପ ପରେ ନୀତିକାନ୍ତି ଆରମ୍ଭ

ନିଶ୍ଚିନ୍ତକୋଇଲି,୧୬।୫(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଛପଚିକଣା ମା’ ହରଚଣ୍ଡୀଙ୍କ ପୀଠରେ ନାଜିବନ୍ତ ସେବାୟତଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱକୁ କେନ୍ଦ୍ରକରି ଗତ ସୋମବାରଠାରୁ ମନ୍ଦିରରେ ତାଲା ପଡ଼ିଥିଲା। ଗୁରୁବାର ଦେବୋତ୍ତର ବିଭାଗର ହସ୍ତକ୍ଷେପ ପରେ ମନ୍ଦିର ଖୋଲାଯାଇ ନୀତିକାନ୍ତି ଆରମ୍ଭ ହୋଇଛି।
ଚାରି ଦିନ ତଳେ ସେବାୟତଙ୍କ ମଧ୍ୟରେ ବିବାଦ ଉପୁଜିବା ପରେ ମା’ଙ୍କ ସମସ୍ତ ନୀତି ବନ୍ଦ ରହିଥିଲା। ଏହାକୁ ନେଇ ଭକ୍ତ, ଶ୍ରଦ୍ଧାଳୁ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଭିନ୍ନ ଗଣମାଧ୍ୟମରେ ଏ ନେଇ ଖବର ପ୍ରକାଶ ପାଇବା ପରେ ଦେବୋତ୍ତର ବିଭାଗ ହସ୍ତକ୍ଷେପ କରିଛି। ପୂର୍ବାହ୍ନରେ ନିରୀକ୍ଷକ ଜାନକୀ ବଲ୍ଲଭ ମହାନ୍ତିଙ୍କ ନେତୃତ୍ୱରେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ଉଭୟ ପକ୍ଷ ସେବାୟତ ଗୋଷ୍ଠୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ନିରୀକ୍ଷକ ମହାନ୍ତି ଉଭୟ ପକ୍ଷଙ୍କ ନିକଟରୁ ଲିଖିତ ଅଭିଯୋଗ ଗ୍ରହଣ କରିବା ସହିତ ସମାଧାନ ପ୍ରତିଶ୍ରୁତିି ଦେଇଥିଲେ। ଫଳରେ ମଧ୍ୟାହ୍ନରେ ଉଭୟ ଗୋଷ୍ଠୀ ମତାନ୍ତର ଭୁଲି ମନ୍ଦିର ତାଲା ଖୋଲିବା ସହ ଦୈନିକ ନୀତି ଆରମ୍ଭ କରିଛନ୍ତି।
ଏହି ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗିରିଶ ରଞ୍ଜନ ମହାପାତ୍ର, ଯୁବନେତା ବିଜୟ ରାଉତ, ଟ୍ରଷ୍ଟୀ ଗୋଲକ ମହାପାତ୍ର , ବ୍ରଜ ମୋହନ ପଣ୍ଡା, ଖବରଦାତାଙ୍କ ସମେତ ଅନେକ ଭକ୍ତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri