ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ କନଷ୍ଟେବଳଙ୍କ ବଦଳି

ଆରଡ଼ି, ୨ା୯ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆଖଣ୍ଡଳମଣି ମନ୍ଦିର ପରିସରରେ ସୋମବାର ପୂର୍ବାହ୍ନରେ ଜଣେ ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ ଆରଡ଼ି ଫାଣ୍ଡିର ଜଣେ କନଷ୍ଟେବଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଫାଣ୍ଡିର କନଷ୍ଟେବଳ ମୋହନ ପୁହାଣଙ୍କୁ ବଦଳି କରାଯାଇଛି।
ସୂଚନା ଅନୁସାରେ, ଆରଡ଼ି ନିକଟସ୍ଥ ପହଣା ଗ୍ରାମର ଜଣେ ଯୁବକ ଓ ଜଣେ ସେବାୟତଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏହାକୁ ନେଇ ମନ୍ଦିର ବେଢ଼ାରେ କିଛି ସମୟ ଉତ୍ତେଜନା ପ୍ରକାଶ ପାଇଥିଲା। ଗଣ୍ଡଗୋଳ ଖବର ପାଇ କନଷ୍ଟେବଳ ପୁହାଣ ସେଠାରେ ସାଦା ପୋଷାକରେ ପହଞ୍ଚିଥିଲେ। ଉଭୟ ପକ୍ଷଙ୍କୁ ସେ ବୁଝାଇବାକୁ ଚେଷ୍ଟା କରିବା ପରିବର୍ତ୍ତେ ସେବାୟତ ଜଣଙ୍କୁ ମାଡ଼ ମାରିଥିଲେ। ଅନ୍ୟ ସେବାୟତମାନେ ଏଥିରେ ଉତ୍ତେଜିତ ହୋଇ ତାଙ୍କୁ ଚାକିରିରୁ ନିଲମ୍ବିତ କରିବାକୁ ଧୂଷୁରୀ ଥାନାଧିକାରୀ ଓ ଧାମନଗର ଏସ୍‌ଡିପିଓଙ୍କୁ ଫୋନ ଯୋଗେ କହିଥିଲେ। ଏଥିସହିତ ମନ୍ଦିର କାର୍ଯ୍ୟାଳୟରେ ଲାଗିଥିବା ସିସିଟିଭି ଫୁଟେଜର ଭିଜୁଆଲ ସେବାୟତମାନେ ସଂଗ୍ରହ କରି ପୋଲିସ ଅଧିକାରୀମାନଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଯେଉଁଥିରେ କନଷ୍ଟେବଳ ପୁହାଣ ସେବାୟତଙ୍କୁ ମାଡ଼ ମାରୁଥିବା ଦୃଶ୍ୟ ରହିଥିଲା। ଏହାପରେ ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ ଓ ଏଏସ୍‌ଆଇ ପ୍ରଦୀପ କୁମାର ନାୟକ ଆରଡ଼ିରେ ପହଞ୍ଚି ଏ ସମ୍ପର୍କରେ ସେବାୟତମାନଙ୍କ ସହ ଆଲୋଚନା କରିଥିଲେ। ସେବାୟତମାନେ ସେହି ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିବାକୁ ଅଡ଼ି ବସିଥିଲେ। ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ଅଧିକାରୀମାନେ ପ୍ରତିଶ୍ରୁତି ଦେବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପରେ କନଷ୍ଟେବଳ ପୁହାଣଙ୍କୁ ଧାମନଗର ଏସ୍‌ଡିପିଓଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଥିବା ଧୂଷୁରୀ ଥାନାଧିକାରୀ ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri