Posted inଖେଳ

ସେରେନା ନିରାଶ

ନ୍ୟୁୟର୍କ, ୮।୯- ୟୁଏସ୍‌ ଓପନ୍‌ ଫାଇନାଲ ପରାଜୟ ପରେ ଆମେରିକୀୟ ଅଭିଜ୍ଞ ମହିଳା ଟେନିସ୍‌ ତାରକା ସେରେନା ଓ୍ବିଲିୟମ୍ସ ନୈରାଶ୍ୟ ଜାହିର କରିଛନ୍ତି। ଫାଇନାଲ ମ୍ୟାଚ୍‌ରେ ମୋର ପ୍ରଦର୍ଶନ ଅକ୍ଷମଣୀୟ ବୋଲି କହିଛନ୍ତି। ୨୦ ବର୍ଷ ତଳେ ସେରେନା ଏଠାରେ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିଲେ। ଆଣ୍ଡ୍ରେସ୍କୁ ଜଣେ ପ୍ରତିଭାସମ୍ପନ୍ନ ଖେଳାଳି ଓ ତାଙ୍କର ଭବିଷ୍ୟତ ଉଜ୍ଜ୍ୱଳ। ଫାଇନାଲରେ ତାଙ୍କର ପ୍ରଦର୍ଶନ ଉଚ୍ଚକୋଟୀର ଥିଲା। ତେବେ ମୋର ପ୍ରଦର୍ଶନ ଆଶାନୁରୂପ ହୋଇ ନ ଥିଲା ବୋଲି ସେରେନା କହିଛନ୍ତି। ମ୍ୟାଚ୍‌ରେ ସେରେନା ଏକାଧିକ ତ୍ରୁଟି କରିଥିଲେ। ସେରେନା ଫାର୍ଷ୍ଟ ସର୍ଭର ୪୪ ପ୍ରତିଶତ ହିଟ୍‌ କରିଥିଲେ। ସେହିପରି ସେ ସେକେଣ୍ଡ ସର୍ଭର ୪୩ରୁ ୩୦ ପଏଣ୍ଟ ଡ୍ରପ୍‌ କରିଥିଲେ। ଆହୁରି ଅଧିକ ଭଲ ପ୍ରଦର୍ଶନ କରିପାରିଥାନ୍ତି ସେ କହିଛନ୍ତି। ବିଜୟୀ ହୋଇଥିଲେ ସେରେନା ଅଷ୍ଟ୍ରେଲୀୟ ପୂର୍ବତନ ମହିଳା ଖେଳାଳି ମାର୍ଗାରେଟ କୋର୍ଟଙ୍କ ସର୍ବାଧିକ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲର ସର୍ବକାଳୀନ ରେକର୍ଡର ସମକକ୍ଷ ହୋଇଥାନ୍ତେ। ଦୁଇବର୍ଷ ତଳେ ମା’ ହେବାର ସୌଭାଗ୍ୟ ଅର୍ଜନ କରିବା ପରେ ସେରେନା ଦୁଇଥର ଓ୍ବିମ୍ବେଲଡନ ଓ ୟୁଏସ୍‌ ଓପନ୍‌ ଫାଇନାଲରେ ପରାସ୍ତ ହୋଇଛନ୍ତି। ଟାଇଟଲ ହାସଲର ଅତି ନିକଟରେ ପହଞ୍ଚିଥିଲେ ମଧ୍ୟ ବହୁ ଦୂରରେ ରହିଯାଇଥିଲି। ଏହା ମୋତେ କଷ୍ଟ ଦେଇଛି ବୋଲି ସେରେନା କହିଛନ୍ତି। ଚଳିତ ମାସ ଶେଷ ଆଡ଼କୁ ସେରେନା ୩୮ ବର୍ଷରେ ପଦାର୍ପଣ କରିବେ। ରେକର୍ଡ ହାସଲ କରିବାକୁ ଖେଳୁନାହିଁ। କେବଳ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବାକୁ ଚେଷ୍ଟା କରୁଛି। ତେବେ ଆଗକୁ ଖେଳ ଜାରି ରଖିବା ସହ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ପ୍ରୟାସ କରିବି ବୋଲି ସେରେନା ମ୍ୟାଚ୍‌ ପରେ କହିଛନ୍ତି। ପରାଜୟ ସତ୍ତ୍ୱେ ଷ୍ଟାଡିୟମରେ ଉପସ୍ଥିତ ଥିବା ୨୬ ହଜାରରୁ ଊର୍ଦ୍ଧ୍ୱ ଦର୍ଶକ ସେରେନାଙ୍କୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri