ସେଲ୍ଫ ଆଇସୋଲେଶନରେ ସୋନମ: ଝରକା ଦେଇ ଶାଶୁଙ୍କ ସହ କଥା ହେଲେ

ମୁମ୍ବାଇ, ୧୯।୩: ବଲିଉଡ୍‌ ନାୟିକା ସୋନମ କପୁର କରୋନାରୁ ଦୂରେଇ ରହିବା ପାଇଁ ସେଲ୍ଫ ଆଇସୋଲେଶନରେ ଥିବା ଜଣାପଡିଛି। ନିକଟରେ ସେ ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନରୁ ଫେରିଥିବା ବେଳେ ନିଜ ଘରେ ୧୪ ଦିନ ପାଇଁ ସେଲ୍ଫ ଆଇସୋଲେଶନରେ ଥିବା ଜଣାପଡିଛି। ଏବେ ସୋନମଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖିବାକୁ ମିଳିଛି ସୋନାମ ତାଙ୍କ ଶାଶୁ ପ୍ରିୟା ଆହୁଜାଙ୍କ ସହ ଝରକା ଦେଇ କଥା ହେଉଛନ୍ତି। ଅର୍ଥାତ୍‌ କରୋନା ଭୟରେ ସେ ତାଙ୍କ ପରିବାର ଲୋକଙ୍କଠାରୁ ମଧ୍ୟ ଦୂରେଇ ରହିଛନ୍ତି ବୋଲି କୁହାଯାଉଛି। ଏହି ଭିଡିଓଟିକୁ ସୋନମଙ୍କ ସ୍ବାମୀ ଆନନ୍ଦ ଆହୁଜା ଶେୟାର କରିବା ସହ ଲେଖିଛନ୍ତି ‘Quarantine times’. ତେବେ ସୋନମ ବିମାନ ବନ୍ଦରରୁ ଘରକୁ ଆସିବା ପୂର୍ବରୁ ତାଙ୍କର ବହୁବାର ଯାଞ୍ଚ କରାଯାଇଥିବା ସେ କୁହନ୍ତି। କିନ୍ତୁ କରୋନା ଭାଇରସକୁ ନେଇ ଲୋକେ ବିଭିନ୍ନ ପ୍ରକାର ସତର୍କତା ଅବଲମ୍ବନ କରୁଥିବାରୁ ସୋନମ ନିଜକୁ ଆଇସୋଲେଶନରେ ରଖିବାକୁ ଠିକ୍‌ ଭାବିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri