Posted inଖେଳ

ସେଲ୍‌ଫ ଆଇସୋଲେଶନରେ ବିଶ୍ୱ ଚାମ୍ପିୟନ ଜୋଶୁଆ

ଲଣ୍ଡନ,୨୬।୩- ବିଶ୍ୱ ହେବିଓ୍ବେଟ ବକ୍ସିଂ ଚାମ୍ପିୟନ ଆନ୍ଥୋନୀ ଜୋଶୁଆ ନିଜକୁ ସେଲ୍‌ଫ ଆଇସୋଲେଶନରେ ରଖିଛନ୍ତି। ସେ କରୋନାରେ ପୀଡ଼ିତ ପ୍ରିନ୍ସ ଚାଲର୍‌ସଙ୍କୁ ଭେଟିଥିଲେ। ବ୍ରିଟେନର ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ବଡ଼ ପୁଅ ପ୍ରିନ୍ସ ଚାଲର୍‌ସଙ୍କଠାରେ ପ୍ରଥମେ ଲକ୍ଷଣ ଦେଖା ଦେଇଥିଲା। ଜୋଶୁଆ ଏବେ ସ୍କଟଲାଣ୍ଡଠାରେ ନିଜକୁ ସେଲ୍‌ଫ ଆଇସୋଲେଶନରେ ରଖିଥିବା ଅଫିସିଆଲଙ୍କ ପକ୍ଷରୁ କୁହାଯାଇଛି। ଜୋଶୁଆଙ୍କ ଜଣେ ପ୍ରବକ୍ତା କହିଛନ୍ତି, ସରକାରଙ୍କ ଗାଇଡ୍‌ଲାଇନ ଅନୁଯାୟୀ ସେ ଘରେ ଆଇସୋଲେଶନରେ ରହିଛନ୍ତି। ସେ ଏବେ ସୁସ୍ଥ ଅଛନ୍ତି। କରୋନା ପୀଡ଼ିତାଙ୍କ ଶୀଘ୍ର ସ୍ବାସ୍ଥ୍ୟ କାମନା କରିଛନ୍ତି। ଜୋଶୁଆ ଚ୍ୟାଲେଞ୍ଜର କୁବ୍ରାଟ ପୁଲେଭଙ୍କ ବିପକ୍ଷରେ ଆଇବିଏଫ, ଡବ୍ଲ୍ୟୁବିଏ ଓ ଡବ୍ଲ୍ୟୁବିଓ ଟାଇଟଲ ବଜାୟ ରଖିଥିଲେ। କରୋନା ଭାଇରସ ଯୋଗୁ ଡବ୍ଲ୍ୟୁବିସି ଚାମ୍ପିୟନ ଟାଇସନ ଫ୍ୟୁରିଙ୍କ ସହ ହେବାକୁ ଥିବା ମୁକାବିଲାକୁ ଆସନ୍ତା ବର୍ଷ ପର୍ଯ୍ୟନ୍ତ ସ୍ଥଗିତ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri