ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍‌ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା

କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍‌ ପକ୍ଷରୁ ସାହୁଙ୍କ ପାରାଦୀପଠାରେ ଥିବା ସରକାରୀ କ୍ବାର୍ଟର୍ସ, ପାରାଦୀପଠାରେ ଥିବା ଅଫିସ, ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ଥିବା ଜେରୋଧା ବ୍ରୋକିଂ ଲିମିଟେଡ୍‌ର ଅଫିସ, କଟକ ଜିଲା କିଷନନଗର ଥାନା ଅଧୀନ ବରଦା ଗ୍ରାମରେ ଥିବା ଘର ଓ ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ଅଧୀନ ମଙ୍ଗାଦେଈପୁର ଗ୍ରାମରେ ଥିବା ସମ୍ପର୍କୀୟଙ୍କ ଘରକୁ ଭିଜିଲାନ୍ସ ଏକକାଳୀନ ଯାଞ୍ଚ କରିଛି। ଯାଞ୍ଚରୁ ମୋଟ ୨ କୋଟି ୫୮ ଲକ୍ଷ ୯୬ ହଜାର ୮୧୩ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ଠାବ ସମସ୍ତ ସମ୍ପତ୍ତି ସାହୁ ଓ ତାଙ୍କ ପରିବାରବର୍ଗଙ୍କ ଦଖଲରେ ଥିବା ଭିଜିଲାନ୍ସ ସେଲ୍‌ ପକ୍ଷରୁ କୁହାଯାଇଛି। ଭିଜିଲାନ୍ସ ପକ୍ଷରୁ ଠାବ ସମସ୍ତ ସମ୍ପତ୍ତି ମୂଲ୍ୟାୟନ କରାଯାଇଛି। ଏହି ଅନୁଯାୟୀ ଜେରୋଧା ବ୍ରୋକିଂ ଲିମିଟେଡ୍‌ ମାଧ୍ୟମରେ ସାହୁ ଜାତୀୟ ଷ୍ଟକ୍‌ ଏକ୍ସଚେଞ୍ଜରେ ୨ କୋଟି ୧୪ଲକ୍ଷ ୫୮ ହଜାର ୬୬୦ ଟଙ୍କା ଜମା ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri