Posted inଖେଳ

ସେହ୍ବାଗ ପାଳିଲେ ଜନ୍ମଦିନ

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ରବିବାର ୪୧ତମ ଜନ୍ମଦିନ ପାଳନ କରିଛନ୍ତି। ନିଜ କ୍ରିକେଟିଂ କ୍ୟାରିୟରରେ ବୋଲରଙ୍କ ଦୁଃସ୍ବପ୍ନ ପାଲଟିଥିବା ସେହ୍ବାଗ ଭାରତ ପାଇଁ ସମସ୍ତ ଫର୍ମାଟରେ ମ୍ୟାଚ୍‌ ଓ୍ବିନର ଥିଲେ। ଏକମାତ୍ର ଭାରତୀୟ ଭାବେ ଟେଷ୍ଟରେ ଦୁଇ ଥର ତ୍ରିଶତକ ହାସଲ କରିଥିଲେ। ଏହାବ୍ୟତୀତ ସେ ତୃତୀୟ ତ୍ରିଶତକ ନିକଟରେ ପହଞ୍ଚତ୍ଥିଲେ ମଧ୍ୟ ୨୯୩ ରନ୍‌ କରି ଆଉଟ୍‌ ହୋଇଥିଲେ। ଏହି ଅବସରରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେହ୍ବାଗଙ୍କ ତ୍ରିଶତକ ବେଳର ଭିଡିଓ ପୋଷ୍ଟ କରି ଶୁଭେଚ୍ଛା ଜଣାଇଛି। ତ୍ରିଶତକ ହାସଲକାରୀ ବୀରେନ୍ଦ୍ର ସେହ୍ବାଗଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା। ବିସିସିଆଇ ବ୍ୟତୀତ ପୂର୍ବତନ ଓ ବର୍ତ୍ତମାନ ଖେଳାଳିମାନେ ସେହ୍ବାଗଙ୍କ ଶୁଭେଚ୍ଛୁ ହରଭଜନ ସିଂ, ତାଲିକାରେ ରହିଛନ୍ତି। ଏଥିରେ ମୟଙ୍କ ଅଗ୍ରଓ୍ବାଲ, ସଚିନ ତେନ୍ଦୁଲକର, କ୍ରିସ ଗେଲ, ଭିଭିଏସ୍‌ ଲକ୍ଷ୍ମଣ, ମହମ୍ମଦ କୈଫ ଭଳି କ୍ରିକେଟର ରହିଛନ୍ତି। ଉଲ୍ଲେଖଥାଉ କି ସେହ୍ବାଗ ଅନ୍ତର୍ଜାତୀୟ ସ୍ତରରେ ୧୦୪ ଟେଷ୍ଟ ଓ ୨୫୧ ଦିନିକିଆ ଖେଳିଛନ୍ତି। ଏଥିରେ ଯଥାକ୍ରମେ ୮୫୮୬ ଓ ୮୨୭୩ ରନ୍‌ କରିଛନ୍ତି। ସେ ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। ଦିନିକିଆରେ ଦ୍ୱିଶତକ କରିବାରେ ସେ ବିଶ୍ୱର ଦ୍ୱିତୀୟ ବ୍ୟାଟ୍ସମ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?