ସୋଗର ଗ୍ରାମରେ ବାଣ ବିସ୍ଫୋରଣ: ୨ ଶିଶୁ ମୃତ, ଜଣେ ଗୁରୁତର

କାମାକ୍ଷାନଗର,୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆଫାଣ୍ଡି ସୋଗର ଗ୍ରାମରେ ବୁଧବାର ପୂର୍ବାହ୍ନରେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ଘଟି ଗୋଟିଏ ପରିବାରର ଦୁଇଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେହିଭଳି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି।

ସୂଚନାନୁଯାୟୀ, ଗ୍ରାମର ସରୋଜ ସାହୁ ପଣ୍ଡୁୁଆ ଛକରେ କରିଥିବା ଦୋକାନରେ ପୂଜାସାମଗ୍ରୀ ସହ କିଛି ବାଣ ବିକ୍ରି କରନ୍ତି। ସୋଗର ଗ୍ରାମରେ ଥିବା ନିଜ ଘରେ ବାଣ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖନ୍ତି। ଉପର ମହଲାରେ ଥିବା ଗୋଦାମଘରେ ସବୁ ସାମଗ୍ରୀ ଥିବା ବେଳେ ସରୋଜଙ୍କ ଦୁଇ ଛୋଟ ପୁଅଙ୍କ ସମେତ ପଡୋଶୀ ଘର ପୁଅ ଖେଳୁଥିଲେ। ତେବେ କୌଣସି କାରଣରୁ ଗୋଦାମରେ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ସେଠାରେ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ତଳେ ଥିବା ଘର ଲୋକ କିଛି ଭାବିବା ପୂର୍ବଳୁ ଚାରିଆଡେ ଧୂଆରେ ଖେଳିଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଛାତତଳେ ଥିବା ଶିଶୁଙ୍କୁ ଉଦ୍ଧାରକରି ତେଙ୍କାନାଳ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri