ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍‌ ଫାଇଟର ଚାମ୍ପିୟନ

ସୋନପୁର,୨୮ା୭(ନି.ପ୍ର.):ଯତୀନ୍‌ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍‌ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍‌ର ରବିବାର ଥିଲା ବହୁ ପ୍ରତିକ୍ଷିତ ଫାଇନାଲ ମ୍ୟାଚ୍‌। ଯତୀନ୍‌ ଫାଇଟର ଓ ସୁରେଶ୍ୱରୀ ୱାରିୟର୍ସ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଯତୀନ୍‌ ଫାଇଟର ଉନ୍ନତ ଖେଳ ପ୍ରଦର୍ଶନ କରି ୪-୦ ଗୋଲରେ ବିଜୟୀ ହେଇଛି। ଷ୍ଟାର ଖେଳାଳି ସୁରେଶ ମୁଖି ୨ଟି, ବିକ୍ରମ ନାଏକ ଓ ନୀରଜ ଲୁଗୁନୁ ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। ସୁଦାମ ଜଗଦଲା, ପ୍ରମୋଦ କୁମାର ପୁଟେଲ ଓ ସଞ୍ଜୟ ସାହୁ ଖେଳ ପରିଚାଳନା କରିଥିଲେ। ମନୋରଞ୍ଜନ ତ୍ରିପାଠୀ ଧାରାବିବରଣୀ ପ୍ରଦାନ କରିଥିଲେ। ଯତୀନ୍‌ ଫାଇଟରର ସୁରେଶ ମୁଖି ମ୍ୟାନ ଅଫ ଦି ମ୍ୟାଚ୍‌, ଶେଷଦେବ ବଗର୍ତ୍ତି ମ୍ୟାନ ଅଫ ଦି ସିରିଜ୍‌ ଓ ସୁରେଶ୍ୱରୀ ୱାରିୟର୍ସର ଅନୀଲ ପଟ୍ଟନାୟକଙ୍କୁ ଶ୍ରେଷ୍ଠ କ୍ଷେତ୍ରରକ୍ଷକ ଖେଳାଳିଭାବେ ପୁରସ୍କୃତ କରାଯାଇଥିଲା। ସୁବର୍ଣ୍ଣପୁର ଏସ୍‌ପି ଦେବୀପ୍ରସାଦ ଦାଶ ମୁଖ୍ୟ ଅତିଥିଭାବେ ଯୋଗଦେଇ ଚାମ୍ପିୟନ ଓ ରନର୍ସ ଅପ ଦଳକୁ ଟ୍ରଫି ଏବଂ ଅର୍ଥ ରାଶି ପ୍ରଦାନ କରିଥିଲେ। ବରିଷ୍ଠ କ୍ରୀଡାବିତ୍‌ ରାଜେନ୍ଦ୍ର ସାହୁ, ଫୁଟବଲ ଖେଳାଳି ଆଦିତ୍ୟ କିଶୋର ଦାନୀ, ସୁବର୍ଣ୍ଣପୁର ଜିଲା କନଷ୍ଟେବଳ- ହାବିଲଦାର ସଂଘ ସଭାପତି କୁମୁଦ ରଞ୍ଜନ ମେହେର, ସମ୍ପାଦକ ଦୀନେଶ ମିଶ୍ର, ପ୍ରାକ୍ତନ ସଭାପତି ସନତ ହୋତା ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri