Posted inଜାତୀୟ

ସୋନଭଦ୍ରା ହତ୍ୟାକାଣ୍ଡ: ପୀଡିତ ପରିବାରର ସମ୍ପର୍କୀୟଙ୍କୁ ଭେଟିଲେ ପ୍ରିୟଙ୍କା

ମିର୍ଜାପୁର,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଶୁକ୍ରବାର ପୀଡିତ ପରିବାରଙ୍କୁ ଭେଟିବାକୁ ଯାଇଥିବା ବେଳେ ପୋଲିସ ତାଙ୍କୁ ଅଧା ରାସ୍ତାରେ ଅଟକ ରଖିଥିଲା। ପ୍ରାୟ ୨୪ ଘଣ୍ଟା ପ୍ରିୟଙ୍କା ସେଠାକାର ସୁନାର ଗେଷ୍ଟ ହାଉସରେ ରହିବା ପରେ ସେହି ଗେଷ୍ଟ ହାଉସ୍‌ ବାହାରେ ହିଁ ସେ ଶନିବାର ପୀଡିତ ପରିବାରର ସମ୍ପର୍କୀୟଙ୍କୁ ଭେଟିଥିବା ଜଣାପଡିଛି। ସେଠାରେ ତାଙ୍କୁ ଭେଟିଥିବା ମହିଳାମାନେ ପ୍ରିୟଙ୍କାଙ୍କୁ ଦେଖି କାନ୍ଦି ପକାଇଥିଲେ ଓ ସମସ୍ତ ଘଟଣା ବର୍ଣ୍ଣନା କରିଥିଲେ। ଏହା ପୂର୍ବରୁ ପ୍ରିୟଙ୍କା କହିଥିଲେ ପ୍ରଶାସନ ଯେଉଁଠି ହେଉନା କାହିଁକି ପୀଡିତଙ୍କ ସହ ତାଙ୍କୁ ଅନୁମତି ଦେଉ। ଏପଟେ ପୀଡିତଙ୍କୁ ପ୍ରିୟଙ୍କାଙ୍କ ସହ ଦେଖା କରିବାକୁ ପ୍ରଶାସନ ସୁଯୋଗ ଦେଉ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ପ୍ରିୟଙ୍କା କହିଛନ୍ତି ପ୍ରଶାସନର ଏଭଳି ଚିନ୍ତାଧାରା ସେ ବୁଝି ପାରୁ ନାହାଁନ୍ତି। କାରଣ ପୀଡିତ ପରିବାର ତାଙ୍କୁ ଦେଖା କରିବାକୁ ଚାହୁଁଥିବା ବେଳେ ସେମାନଙ୍କୁ ଆସିବାକୁ ଅନୁମତି ଦିଆଯାଉ ନାହିଁ କି ତାଙ୍କୁ ମଧ୍ୟ ସେଠାକୁ ଯିବାକୁ ଦିଆଯାଉ ନାହିଁ। ଯାହାକୁ ନେଇ ପ୍ରଶାସନ ଉପରକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି ପ୍ରିୟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?