ସୋମବାର ମହାବିଷୁବ ସଂକ୍ରାନ୍ତି: ଆରଡ଼ିରେ ହେବନାହିଁ ଜଳଲାଗି

ଆରଡ଼ି,୧୨ା୪(ଡି.ଏନ୍‌.ଏ) : ସୋମବାର ମହାବିଷୁବ ସଂକ୍ରାନ୍ତି। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଚଳିତବର୍ଷ ହେବ ନାହିଁ ଭକ୍ତଙ୍କ ସମାଗମ। ଲକ୍‌ଡାଉନ୍‌ ହୋଇଥିବାରୁ ୧୯ଦିନ ହେଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଛି। ପ୍ରଥା ଅନୁସାରେ ବୈଶାଖ ମାସ ସଂକ୍ରାନ୍ତି ଓ ମାସର ସବୁ ସୋମବାର ସ୍ଥାନୀୟ ବାରପଡ଼ା ଅଞ୍ଚଳର ଗୋପାଳମାନେ ବାବାଙ୍କ ମସ୍ତକରେ ଜଳଲାଗି କରନ୍ତି । ସେମାନେ ବୈତରଣୀ ନଦୀରୁ ପାଣି ଭାର କରି ଆଣି ଏହି ଜଳଲାଗି କରିଥା’ନ୍ତି। ଏହାସହ ସଂକ୍ରାନ୍ତିଠାରୁ ଆରମ୍ଭ ହୁଏ ବାବାଙ୍କ ଶୀତଳ ଉପଚାର ପୂଜା। ଚଳିତ ବର୍ଷ କରୋନା କଟକଣା ଯୋଗୁ ଗୋପାଳମାନେ ଏହି ଜଳଲାଗି କରିପାରିବେ ନାହିଁ। ଏନେଇ ଜିଲା ପ୍ରଶାସନ, ମନ୍ଦିର ପ୍ରଶାସନ ଓ ସେବାୟତମାନଙ୍କ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିକୁ ସ୍ଥାନୀୟ ଅଞ୍ଚଳର ଯାଦବ ସଂଘ ମଧ୍ୟ ମାନି ନେଇଥିବା ଜଣାପଡ଼ିଛି। ହେଲେ ବାବାଙ୍କ ଶୀତଳ ଉପଚାର ପୂଜା ବନ୍ଦ ହେବନାହିଁ। ସେବାୟତମାନେ ପୂର୍ବପରି ବାବାଙ୍କ ମସ୍ତକ ଉପରେ ଝୁଲା ହୋଇଥିବା ଏକମାତ୍ର ଛିଦ୍ର ଥିବା ପିତ୍ତଳ ହାଣ୍ଡିରେ ଜଳ ଭରିବେ। ଦିନ ତମାମ ତାହା ବାବାଙ୍କ ମସ୍ତକରେ ପଡ଼ିବ। ବୈଶାଖରେ ଟାଣ ଖରା ହେଉଥିବାରୁ ଏହି ଶୀତଳ ଉପଚାର ପୂଜା ହୋଇଥାଏ ବୋଲି ସେବାୟତ ମାନେ କହିଛନ୍ତି। ଚଳିତବର୍ଷ ଏହି ଶୀତଳ ଉପଚାର ପୂଜା ସେବାୟତମାନେ କରିବେ ବୋଲି ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?