ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ବଣ୍ଟନରେ ଅନିୟମିତତା ଅଭିଯୋଗ

ଯୋଡ଼ା,୨୨।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଚମକପୁର ପଞ୍ଚାୟତରେ ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ବଣ୍ଟନରେ ଅନିୟମିତତା ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉକ୍ତ ବ୍ଲକର ରେଭେନ୍ସାପୁର (କ) ଗ୍ରାମବାସୀ ଜଗନ୍ନାଥ ତିରିଆ, ସୁରେଶ ମୁଣ୍ଡା, ଧୀରେନ୍‌ ମହାକୁଡ଼, ଦିଲୀପ ମହାକୁଡ, ସାରିଶ ମୁଣ୍ଡା ପ୍ରମୁଖ ଅଭିଯୋଗ କରି କହିଛନ୍ତି ଯେ, ଡିଏମ୍‌ଏଫ୍‌ (ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେସନ) ଟଙ୍କା ବ୍ୟୟରେ ଯୋଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆଲୋକୀକରଣ ପାଇଁ ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ଆବଣ୍ଟନ କରାଯାଇଛି। ମାତ୍ର ଚମକପୁର ଗ୍ରାମରେ ୩୪ଟି ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ପରିବର୍ତ୍ତେ ୧୮ ଟି ଲଗାଯାଇଛି । ସେହିପରି ରେଭେନ୍ସାପୁର(କ) ଗ୍ରାମର ୩୨ଟି ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା ପରିବର୍ତ୍ତେ ୮ଟି ଲଗାଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।
ଏହି ୮ଟି ଷ୍ଟ୍ରିଟ୍‌ ଲାଇଟ୍‌ ମଧ୍ୟରୁ ଧୋବାକୁଚୁଡା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘର ନିକଟରେ ୩ଟି ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯାଇଛି ବୋଲି ମଧ୍ୟ ସେମାନେ କହିଛନ୍ତି। ରେଭେନ୍ସାପୁର(କ) ଗ୍ରାମରେ ବାକିଥିବା ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ପାଇଁ ସ୍ଥାନୀୟ ଜନପ୍ରତିନିଧିଙ୍କୁ ଅନୁରୋଧ କରିଥିଲେ ହେଁ, ଉକ୍ତ ଗ୍ରାମଟି କାନପୁର ପ୍ରକଳ୍ପର ବୁଡି ଅଞ୍ଚଳ ହୋଇଥିବା କହି ଲାଇଟ୍‌ ଲାଗି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ଗ୍ରାମରେ ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଉଥିବା କଣ୍ଟ୍ରାକ୍ଟର ସ୍ଥାନୀୟ ଜନପ୍ରତିନିଧିଙ୍କ ସହିତ ମିଶି ଷ୍ଟ୍ରିଟ୍‌ ଲାଇଟ୍‌ ବଣ୍ଟନରେ ଅର୍ଥ ବାଟମାରଣା କରିଥିବା ଅଭିଯୋଗ ହୋଇଛି । ଗ୍ରାମ ରାସ୍ତା କଡ଼ରେ ଏହି ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବାର ନିର୍ଦ୍ଦେଶ ରହିଥିବା ବେଳେ ସ୍ଥାନୀୟ ଜନପ୍ରତିନିଧି ଓ ଠିକାସଂସ୍ଥା ପକ୍ଷରୁ ଅର୍ଥ କାରବାର କରାଯାଇ ଏପରି ଅନିୟମିତତା ହୋଇଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri