ସୋସିଆଲ ମିଡିଆରୁ ଯୁବତୀଙ୍କ ଫଟୋ ନେଇ ପର୍ନସାଇଟରେ ହେଉଛି ଅପଲୋଡ୍‌

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ଆଜିର ବ୍ୟସ୍ତବହୁଳ ଜୀବନରେ ଅନେକ ଯୁବପିଢି କିଛି ଲାଇକ୍‌ ପାଇଁ ନିଜର ଫଟୋକୁ ସୋସିଆଲ ମିଡ଼ିଆରେ ଛାଡୁଛନ୍ତି। ବିଶେଷ କରି ଯୁବତୀମାନେ ସୋସିଆଲ ମିଡ଼ିଆରେ ଫଟୋ ଛାଡିବାରେ ପୁରୁଷଙ୍କ ଅପେକ୍ଷା ଆଗରେ ଅଛନ୍ତି। କିନ୍ତୁ ସେମାନଙ୍କ ଫଟୋ ସୋସିଆଲ ମିଡ଼ିଆରୁ ନିଆଯାଇ ପର୍ନସାଇଟ୍‌ରେ ଅପଲୋଡ୍‌ ହୋଇ ଅଶ୍ଲୀଳ ଭାଷାରେ ଲେଖାଯାଉଛି। ଯାହାଫଳରେ ଅନେକ ଯୁବତୀ ବଦନାମ ହେଉଛନ୍ତି। ଏନେଇ ଥାନାରେ ଅଭିଯୋଗେ ହେଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରୁନି। ଲିଙ୍ଗରାଜ ଥାନା ଅଞ୍ଚଳରେ ରହୁଥିବା ଜଣେ ଯୁବତୀଙ୍କ ଫଟୋ ସୋସିଆଲ ମିଡ଼ିଆରୁ ନିଆଯାଇ ପର୍ନସାଇଟ୍‌ରେ ଅଶ୍ଲୀଳ ଭାଷାରେ ଲେଖାଯାଇ ଅପଲୋଡ଼୍‌ ହୋଇଛି। ଏନେଇ ଯୁବତୀ ଜଣଙ୍କ ଜାଣିବା ପରେ ଏନେଇ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଆଧାରରେ ପୋଲିସ କେସ୍‌ ନଂ-୮୭/୨୦ ଏବଂ ଆଇଟି ଆକ୍ଟରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ସୂଚନା ଅନୁଯାୟୀ, ଲିଙ୍ଗରାଜ ଥାନା ଅଞ୍ଚଳରେ ରହୁଥିବା ଜଣେ ଯୁବତୀ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଛାଡିଥିଲେ। ହେଲେ କେହି ବ୍ୟକ୍ତି ତାଙ୍କର ଫଟୋକୁ ସ୍କ୍ରିନ୍‌ ସଟ୍‌ମାରି ନେବା ପରେ ଏହାକୁ ପର୍ନସାଇଟ୍‌ରେ ଅପଲୋଡ଼୍‌ କରିଛନ୍ତି। ଏପରିକି ଫଟୋ ତଳେ ଅଶ୍ଲୀଳ ଭାବେ କଲ୍‌ଗାର୍ଲ ବୋଲି ଲେଖାଯାଇଛି। ଏହି ଫଟୋ ଗତ ୧୪ ତାରିଖରେ ଅପଲୋଡ଼୍‌ ହୋଇଥିଲା। ଯୁବତୀଙ୍କ ଜଣେ ସାଙ୍ଗ ଏହି ଫଟୋ ପର୍ନସାଇଟ୍‌ରୁ ଦେଖି ଯୁବତୀଙ୍କୁ ଜଣାଇଥିଲେ। ଯୁବତୀ ଜଣଙ୍କ ଏନେଇ ଉକ୍ତ ସାଇଟ୍‌କୁ ଯାଇ ଚେକ୍‌ କରିବା ପରେ ତାଙ୍କ ଫଟୋ ରହିଥିବା ସେ ଜାଣିବାକୁ ପାଇଥିଲେ। ଏନେଇ ଶେଷରେ ଯୁବତୀ ଜଣଙ୍କ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri