ସୋସିଆଲ ମିଡିଆରେ ଆନନ୍ଦବଜାର ଫଟୋ ଭାଇରାଲ

ପୁରୀ ଅଫିସ,୭ା୧୦ : ସୋସିଆଲ ମିଡିଆରେ ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଆନନ୍ଦବଜାର ପରିସରରେ ମହାପ୍ରାସଦ ସେବନ କରୁଥିବା କେଜେଜଣ ଭକ୍ତଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ଗଣମାଧ୍ୟମରେ ଖବର ପ୍ରଚାରିତ ହେବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମନ୍ଦିର ପ୍ରଶାସନ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ କରିଥିବା ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପଣ୍ଡା କହିଛନ୍ତି। ଶ୍ରୀମନ୍ଦିର ପରିସରକୁ ମୋବାଇଲ ନେବା ଉପରେ କଟକଣା ଜାରି କରାଯାଇଛି। ଏନେଇ ଚାରିଦ୍ୱାରରେ ପ୍ରଶାସନ ପକ୍ଷରୁ ଫଳକ ଲାଗିଛି। ତା ସତ୍ତ୍ୱେ ମୋବାଇଲ ଫୋନ କିପରି ଶ୍ରୀମନ୍ଦିର ଭିତରକୁ ଗଲା, ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମନ୍ଦିର ଭିତର ବେଢାରେ ସିସିଟିଭି ଖଞ୍ଜାଯାଇଛି। ତଥାପି ଏ ଘଟଣା ସମ୍ପର୍କରେ କିପରି ପ୍ରଶାସନ ନା ପୋଲିସ କେହି ବି ଜାଣି ପାରିଲେ ନାହିଁ। ଶ୍ରୀମନ୍ଦିର ଢିଲା ସୁରକ୍ଷା ବ୍ୟବସ୍ଥାକୁ ଏହା ସ୍ପଷ୍ଟ ଭାବେ ପରିପ୍ରକାଶ କରୁଛି ବୋଲି ସାଧାରଣରେ ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଭିତର ବେଢା ଫଟୋ ଭାଇରାଲ ହେବା କୌଣସି ନୂତନ ଘଟଣା ନୁହଁ। ଏଭଳି ଘଟଣା ବହୁବାର ଘଟିଛି। ବାଇଶି ପହାଚରେ ଶ୍ରାଦ୍ଧଦାନ କରୁଥିବା ବେଳେ ଫଟୋ ଭାଇରାଲ କରି ପୂର୍ବରୁ ଜଣେ ପୋଲିସ ଏଏସ୍‌ଆଇ ନିଲମ୍ବିତ ହୋଇଥିଲେ। ଏହା ଉପରେ କଡା ପଦକ୍ଷେପ ଗ୍ରହଣ କରିବା ଜରୁରୀ ହୋଇପଡିଛି ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri