Posted inଖେଳ

ସୋସିଆଲ ମିଡିଆରେ ପତ୍ନୀଙ୍କୁ ପଟେଇ ଥିଲେ ଧାଓ୍ବନ

କଥାରେ ଅଛି ପ୍ରେମ କେଉଁଠାରେ ବି ହୋଇପାରେ। ଏଥିରେ କିଛି ବି ନିର୍ଦ୍ଦିଷ୍ଟ ମାଧ୍ୟମ ନାହିଁ। ଭାରତୀୟ ଓପନର ଶିଖର ଧାଓ୍ବନ ଓ ତାଙ୍କ ପତ୍ନୀ ଆୟେଶା ମୁଖାର୍ଜୀଙ୍କ କ୍ଷେତ୍ରରେ ସୋସିଆଲ ମିଡିଆ ପାଲଟିଥିଲା ମାଧ୍ୟମ। ଫେସବୁକରେ ଉଭୟଙ୍କ ଏକମାତ୍ର ମ୍ୟୁଚୁଆଲ ଫ୍ରେଣ୍ଡ ଥିଲେ ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ(ଭଜି)। ଭଜିଙ୍କ ପ୍ରୋଫାଇଲ ଚେକ କଲାବେଳେ ଆୟେଶାଙ୍କ ଫଟୋ ଦେଖିଥିଲେ। ଆୟେଶାଙ୍କ ଲୁକ୍ସ ଦେଖି କ୍ଲିନ ବୋଲ୍ଡ ହୋଇଯାଇଥିଲେ ଧାଓ୍ବନ। ପରେ ଫ୍ରେଣ୍ଡ ରିକ୍ୟୁଏଷ୍ଟ ପଠାଇଥିଲେ। ଏ ସବୁ ପରେ ଦୁହେଁ ଘଣ୍ଟା ଘଣ୍ଟା ଧରି ଫେସବୁକରେ ଚାଟିଂ କରି ବନ୍ଧୁ ହୋଇଥିଲେ। କଥାରେ ଅଛି, ବନ୍ଧୁତା ହିଁ ପ୍ରେମର ପ୍ରଥମ ସୋପାନ। ଉଭୟଙ୍କ ମଧ୍ୟରେ ୨୦୦୯ରୁ ରିଲେଶନଶିପ ଆରମ୍ଭ ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଧାଓ୍ବନ ଅପେକ୍ଷା କରାଇଥିଲେ। ପ୍ରତିଷ୍ଠିତ କ୍ରିକେଟର ହେବା ପରେ ୨୦୧୨ରେ ବିବାହ କରିଥିଲେ। ଉଲ୍ଲେଖଥାଉ କି, ଆୟେଶା ପୂର୍ବରୁ ଅଷ୍ଟ୍ରେଲିଆନ ବ୍ୟବସାୟୀଙ୍କୁ ବିବାହ କରିବା ପରେ ବିଚ୍ଛଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?