‘ସୌଦି ରାଜା ମୃତ କିମ୍ବା ମୃତ୍ୟୁଶଯ୍ୟାରେ’

ରିୟାଧ,୯ା୩(ଆଇଏଏନ୍‌ଏସ୍‌): ସୌଦି ଆରବରେ ବିଦ୍ରୋହ ଉଦ୍ୟମ ଅଭିଯୋଗରେ ରାଜ ପରିବାରର ୩ ଜଣଙ୍କୁ ଅଟକ ରଖାଯିବା ପରେ ୮୪ ବର୍ଷୀୟ ରାଜାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫଳରେ ରବିବାର ରାଜା ସଲ୍‌ମାନଙ୍କ ଫଟୋ ଛଡ଼ାଯାଇଛି। ଫଟୋରେ ରାଜା ୟୁକ୍ରେନ ଓ ଉରୁଗୁଏ ପାଇଁ ନିଯୁକ୍ତ ନୂଆ ରାଷ୍ଟ୍ରଦୂତଙ୍କ ଶପଥ ଉତ୍ସବରେ ପୌରୋହିତ୍ୟ କରୁଥିବା ଦେଖାଯାଇଛି। ଅନ୍ୟପକ୍ଷରେ ରାଜା ସମ୍ଭବତଃ ମୃତ କିମ୍ବା ମୃତ୍ୟୁଶଯ୍ୟାରେ ବୋଲି ଟୁଇଟର ଆକ୍ଟିଭିଷ୍ଟ ତଥା ସୌଦି ହ୍ବିସିଲ୍‌ବ୍ଲୋୟର ମୁଜ୍‌ତାହିଦ ଦାବି କରିଛନ୍ତି। ଇରାନର ଏକ ଗଣମାଧ୍ୟମ ଏହା ପ୍ରକାଶ କରିଛି। ବିଦ୍ରୋହ ଆଶଙ୍କାରେ ଶନିବାର ରାଜାଙ୍କ ଭାଇ ପ୍ରିନ୍ସ ଅହମଦ ବିନ୍‌ ଅବଦୁଲାଜିଜ୍‌ ଅଲ୍‌-ସୌଦ୍‌ ଏବଂ ପୁତୁରା ପ୍ରିନ୍ସ ମହମ୍ମଦ ବିନ୍‌ ନାୟେଫ୍‌ଙ୍କ ସମେତ ୩ ଜଣଙ୍କୁ ସୌଦି କର୍ତ୍ତୃପକ୍ଷ ଅଟକ ରଖିବା ଖବର ପ୍ରକାଶ ପାଇବା ପରେ ମୁଜତାହିଦ ଉପରୋକ୍ତ ପୋଷ୍ଟ କରିଛନ୍ତି। ରାଜାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିବାରୁ ସେ ବାହାରକୁ ଯାଇପାରୁନାହାନ୍ତି ବୋଲି ରାଜପ୍ରାସାଦ କର୍ମଚାରୀ ଓ ସୁରକ୍ଷା କର୍ମୀଙ୍କଠାରୁ ଜଣାପଡିଛି। ତେଣୁ ରାଜାଙ୍କ ତରଫରୁ କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ ରାଜାଙ୍କ ପଦତ୍ୟାଗ ଓ ନିଜକୁ ତାଙ୍କର ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ବୋଲି ହ୍ବିସିଲବ୍ଲୋୟର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri