ସୌଦିରେ ଡ୍ରୋନ ଆକ୍ରମଣ ପରେ; ପେଟ୍ରୋଲ ୧.୫୯, ଡିଜେଲ ୧.୩୧ଟଙ୍କା ବଢ଼ିଛି

ନୂଆଦିଲ୍ଲୀ,୨୩-୯: ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ ପରେ ବିଗତ ୬ ଦିନ ମଧ୍ୟରେ ଦେଶରେ ପେଟ୍ରୋଲ ଲିଟର ପିଛା ୧.୫୯ ଟଙ୍କା ଓ ଡିଜେଲ ଲିଟର ପିଛା ୧.୩୧ ଟଙ୍କା ବୃଦ୍ଧି ପାଇଛି। ୨୦୧୭ରେ ଦେଶରେ ଦୈନିକ ତେଲ ଦର ସମୀକ୍ଷା ଆରମ୍ଭ ପରଠାରୁ ଏହି ବୃଦ୍ଧି ସବୁଠାରୁ ଅଧିକ କୁହାଯାଉଛି।
ରବିବାର ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୨୭ ପଇସା ବୃଦ୍ଧି କରାଯିବା ଯୋଗୁ ଲୋକେ ୭୩.୬୨ ଟଙ୍କାରେ କିଣିବାକୁ ବାଧ୍ୟ ହେଉଛନ୍ତି। ସେହିପରି ଡିଜେଲ ଦର ଲିଟର ପିଛା ୧୮ ପଇସା ବୃଦ୍ଧି ପାଇ ୬୬.୭୪ ଟଙ୍କା ହୋଇଛି। ସୌଦି ଆରାମ୍‌କୋର ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ ପରେ କ୍ରମାଗତ ୬ ଦିନ ହେବ ତେଲ ଦର ବଢ଼ିଛି। ଡ୍ରୋନ ଆକ୍ରମଣର ଦିନକ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ହଠାତ୍‌ ୨୦ ପ୍ରତିଶତ ବୃଦ୍ଧି ପାଇଥିଲା। ତେବେ ଅଳ୍ପ କେଇଦିିନ ଭିତରେ ତୈଳ ଯୋଗାଣ ସ୍ବାଭାବିକ ହୋଇଯିବ ବୋଲି ସୌଦି ଆରବ ପ୍ରତିଶ୍ରୁତି ଦେବା ପରେ ଏବେ ଅଶୋଧିତ ତେଲ ଦର ହ୍ରାସ ପାଇଛି। ତେବେ ପୂର୍ବାପେକ୍ଷା ସେଭଳି ହ୍ରାସ ପାଇନାହିଁ ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ସୌଦି ସରକାର ଭାରତକୁ ତେଲ ଯୋଗାଣ ଜାରି ରଖିବ ବୋଲି କହିଥିବା ଇଣ୍ଡିଆନ ଅଏଲ କର୍ପୋରେଶନ ଅଧ୍ୟକ୍ଷ ସଞ୍ଜୀବ ସିଂ କହିଛନ୍ତି। ତେବେ ଭାରତର ଅବଶିଷ୍ଟ ଚାହିଦା କାତାରରୁ ପୂରଣ କରାଯିବ। ଇତିମଧ୍ୟରେ ସୌଦି ଆରବ ସମ୍ପୂର୍ଣ୍ଣ ଏଲ୍‌ପିଜି ଯୋଗାଣ ଜାରି ରଖିପାରିବ ନାହିଁ ବୋଲି କହିବା ପରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ ଅକ୍ଟୋବରରେ ଆମଦାନୀ ଜାରି ରଖିବା ଉଦ୍ଦେଶ୍ୟରେ ବିଶ୍ୱବ୍ୟାପୀ ଟେଣ୍ଡର ଜାରି କରିଛି। ସୂଚନାଥାଉ କି, ଭାରତ ପ୍ରତି ମାସରେ ପ୍ରାୟ ୨ ଲକ୍ଷ ଟନ ଏଲ୍‌ପିଜି ସୌଦି ଆରବରୁ ଆମଦାନୀ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri