ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌ ତାର ଚୋରି ହୋଇଥିବା ବସ୍ତା ଥାନାରେ ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ଗତ ମେ ୩୦ ତାରିଖରେ ଥାନାରେ ଏକ ମାମଲା (ନଂ. ୧୩୮/୧୯) ରୁଜୁ ହୋଇଥିଲା। ବସ୍ତା ଥାନା ଆଇଆଇସି ଧନେଶ୍ୱର ସାହୁ, ଏସ୍‌ଆଇ ପ୍ରଶାନ୍ତ କୁମାର ପାଣି, ସିଂଲା ଆଇଆଇସି ସୁବ୍ରତ ବେହେରା ପ୍ରମୁଖ ସଦଳବଳେ ଶୁକ୍ରବାର ଭୋର୍‌ ସମୟରେ ଲଙ୍ଗଳେଶ୍ୱରର ଏକ କବାଡ଼ିଆ ଗୋଦାମରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଚୋରି ବିଦ୍ୟୁତ୍‌ ତାର ସହ ଏକ ସ୍କର୍ପିଓ ଜବତ କରିଛନ୍ତି। ଏଥିସହ ବିଦ୍ୟୁତ୍‌ ତାର ଚୋରି ଘଟଣାରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାର ୪ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ଘଟଣାସ୍ଥଳରୁ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଥିବା ପୋଲିସ କହିଛି। ତଦନ୍ତରେ ବାଧା ଉପୁଜିବା ଆଶଙ୍କା କରି ପୋଲିସ ଅଭିଯୁକ୍ତଙ୍କ ନାମ ପ୍ରକାଶ କରିନାହଁ।
ପ୍ରକାଶ ଯେ, ଏହି ମାମଲାରେ ଜୁନ୍‌ ୭ ତାରିଖ ରାତିରେ ବସ୍ତା ଥାନା ପୋଲିସ ଚଢ଼ାଉ କରି ବସ୍ତା ଅଞ୍ଚଳର ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସେମାନେ ବ୍ୟବହାର କରୁଥିବା ଏକ ପିକଅପ୍‌ ଭ୍ୟାନ୍‌ ସହ ୯ ସ୍ପାନ ଚୋରା ବିଦ୍ୟୁତ୍‌ ତାର ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?