ସ୍କୁଲ, କଲେଜ ଫି’ ଛାଡ଼ ନେଇ ଜିଲାପାଳଙ୍କଠାରେ ଦାବିକଲା ଛାତ୍ର କଂଗ୍ରେସ

ବଲାଙ୍ଗୀର ଅଫିସ,୨୮ା୫: ବଲାଙ୍ଗୀର ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଛାତ୍ର ସଭାପତି ଅଙ୍କିତ ସାହୁଙ୍କ ନେତୃତ୍ୱରେ ଜିଲା ସଭାପତି ଓ ପ୍ରତିନିଧି ଦଳ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂହ ଲାଗୁରିଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ସେମାନେ ଦାବି କରିଛନ୍ତି ଯେ, ବର୍ତ୍ତମାନ କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଅବସ୍ଥାରେ ଅଛି। ଏଥିଯୋଗୁ ଦେଶର ପ୍ରତ୍ୟେକ ବର୍ଗର ଲୋକ ଆର୍ଥିକ କ୍ଷତି ସହୁଛନ୍ତି ା ନିମ୍ନ ଆୟକାରୀ ବର୍ଗର ଲୋକଙ୍କୁ ଦୁଇ ବେଳା ଖାଇବାକୁ ସଂଘର୍ଷ କରିବାକୁ ପଡ଼ୁଛି। ତେଣୁ ଏହି ପରିସ୍ଥିତିରେ ବଲାଙ୍ଗୀର ଜିଲାର ସମସ୍ତ ସରକାରୀ ସ୍କୁଲ, ବେସରକାରୀ ସ୍କୁଲ, କଲେଜ ପିଲାଙ୍କ ଆଡ୍‌ମିଶନ ଫି’, ରିଆଡମିଶନ ଫି’, ହଷ୍ଟେଲ ଫି’ ଛାଡ଼ ସାଙ୍ଗକୁ ସ୍କୁଲ, କଲେଜ ତଥା ହଷ୍ଟେଲ ପରସରକୁ ସାନିଟାଇଜ୍‌ କରିବା ପାଇଁ ଛାତ୍ର କଂଗ୍ରେସ ପକ୍ଷରୁ ଦାବି କରାଯାଇଛି ା ନଗର କଂଗ୍ରେସ ସଭାପତି ବୁଲୁ ଦାନୀ, ଜିଲା ସଭାପତି ମନୀଷ ମିଶ୍ର, ଜିଲା ସେବା ସଦନ ଅସିତ ମିଶ୍ର, ଛାତ୍ର କଂଗ୍ରେସ ସୁମିତ ପଟେଲ,ଟୁଲୁ ସେନ୍‌, ଶୁଭେନ୍ଦୁ ସାହୁ, ପ୍ରଦୀପ ନାଏକ, ନିରନ ମିଶ୍ର, ରୋଶନ ମିଶ୍ର, ଅଞ୍ଚଳ ପଣ୍ଡା ଓ ଆର୍ତ୍ତ ଘିବେଲା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri