ସ୍କୁଲ ଖୋଲିବା ପରେ ପାଠପଢ଼ାକୁ ନେଇ ଚିନ୍ତାରେ ସରକାର: ବାତ୍ୟାବିପନ୍ନ ଛାତ୍ରୀଛାତ୍ର ପାଖ ବିଦ୍ୟାଳୟକୁ ଯିବେ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଦିନକ ପରେ ସ୍କୁଲ ଖୋଲିବ। କିନ୍ତୁ ‘ଫନୀ’ ପ୍ରଭାବିତ ଅଞ୍ଚଳରେ ପିଲାମାନେ କେଉଁଠି ପାଠ ପଢ଼ିବେ, ତାକୁ ନେଇ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ଖରାଛୁଟି ପରେ ଜୁନ୍‌ ୧୯ରେ ବିଦ୍ୟାଳୟଗୁଡ଼ିକ ଖୋଲିବାକୁ ଯାଉଥିବା ବେଳେ ବାତ୍ୟା ବିପନ୍ନ ପିଲାଙ୍କ ପାଠପଢ଼ାକୁ ନେଇ ଗଣଶିକ୍ଷା ବିଭାଗର ନିଦ ହଜିଯାଇଛି। ଏପରି କି, ଶିକ୍ଷକ, ଛାତ୍ରୀଛାତ୍ର ଓ ଅଭିଭାବକମାନେ ମଧ୍ୟ ନାନା ଆଶଙ୍କା ମଧ୍ୟରେ ରହିଛନ୍ତି। କାରଣ ଏହି ଅଞ୍ଚଳରେ ସଂଖ୍ୟାଧିକ ବିଦ୍ୟାଳୟ ଗୃହ ବାତ୍ୟାରେ ଗୁରୁତର ଭାବେ ପ୍ରଭାବିତ ହୋଇଛି। ତେଣୁ ସେଠାରେ ପାଠପଢ଼ା ସମ୍ଭବ ନୁହେଁ।
ସୂଚନାନୁଯାୟୀ, ବାତ୍ୟାରେ ୧୪ ଜିଲାର ପାଖାପାଖି ୭ହଜାର ବିଦ୍ୟାଳୟ କ୍ଷତିଗ୍ରସ୍ତ ହୋଇଛି। ସେଥିମଧ୍ୟରୁ ୫ହଜାରରୁ ଊର୍ଦ୍ଧ୍ୱ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଥିବା ବେଳେ ଦେଢ଼ ହଜାରରୁ ଊର୍ଦ୍ଧ୍ୱ ହାଇସ୍କୁଲ ରହିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଜିଲାରେ ୨ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ଏବଂ କଟକ ଜିଲାରେ ୧ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ କ୍ଷତିଗ୍ରସ୍ତ ହୋଇଛି। ସେହିପରି ଖୋର୍ଦ୍ଧା ଜିଲାରେ ମଧ୍ୟ ବିଦ୍ୟାଳୟଗୁଡ଼ିକର ବ୍ୟାପକ କ୍ଷତି ଘଟିଛି। ଏହାଛଡ଼ା ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଆଦି ଜିଲାରେ ଅନେକ ସ୍କୁଲ ଗୃହ ଭାଙ୍ଗିରୁଜି ଯାଇଛି। ଯେଉଁ ସ୍କୁଲର ଆଜ୍‌ବେଷ୍ଟସ୍‌ ଓ ଟିଣ ଛାତ ଥିଲା, ସେ ସବୁ ଉଡ଼ିଯାଇଛି। ସ୍କୁଲରେ ପାଠପଢ଼ା ତ ଦୂରର କଥା ଶିକ୍ଷକମାନେ ବସିବାକୁ ମଧ୍ୟ ଜାଗା ନାହିଁ। କ୍ଷତିଗ୍ରସ୍ତ ବିଦ୍ୟାଳୟରେ କ୍ଷୟକ୍ଷତିର ପରିମାଣ ୪୦୦କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ। ତେବେ ନୂଆ ମନ୍ତ୍ରିମଣ୍ଡଳ ଗଠନ ହେବା ପରେ ବିଦ୍ୟାଳୟ ଗୃହ ମରାମତି ସାରି ଏଗୁଡ଼ିକୁ ବ୍ୟବହାର ଉପଯୋଗୀ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଥିଲେ। ସେପଟେ ବର୍ତ୍ତମାନ ରାଜ୍ୟରେ ପ୍ରାୟ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଗଲାଣି। ମୌସୁମୀ ବର୍ଷା ଆରମ୍ଭ ହେବା ପରେ ପରିସ୍ଥିତି ଆହୁରି ସାଂଘାତିକ ହୋଇଯିବ। ତେଣୁ ଛାତ୍ରୀଛାତ୍ର ଓ ଶିକ୍ଷକମାନେ ଯେଭଳି ସମସ୍ୟାର ସମ୍ମୁଖୀନ ନ ହେବେ, ସେଥିପାଇଁ ଗଣଶିକ୍ଷା ବିଭାଗ ତତ୍ପରତା ପ୍ରକାଶ କରିଛି। ବର୍ତ୍ତମାନ ସୁଦ୍ଧା କେତେ ସ୍କୁଲର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଲାଣି, ତା’ର ଠିକ୍‌ ସଂଖ୍ୟା କହିହେବ ନାହିଁ। କୌଣସି ପିଲା ପାଠପଢ଼ାରୁ ବଞ୍ଚିତ ହେବେ ନାହିଁ। ସବୁ ପିଲା ନିଶ୍ଚିତ ଭାବେ ସ୍କୁଲ ଯିବେ ଏବଂ ପାଠ ପଢ଼ିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଯେଉଁ ସ୍କୁଲଗୁଡ଼ିକ କିଛିଟା କ୍ଷତି ହୋଇଥିଲା ତାକୁ ସଜଡ଼ା ଚାଲିଛି। କିନ୍ତୁ ଯେଉଁଗୁଡ଼ିକ ଅଧିକ କ୍ଷତି ହୋଇଥିଲା, ତାହା ବର୍ତ୍ତମାନ ସମ୍ପୂର୍ଣ୍ଣ ରୂପେ ସଜଡ଼ା ଯାଇପାରିବ ନାହିଁ। ତେଣୁ ପାଖ ସ୍କୁଲକୁ ପିଲାମାନେ ପାଠ ପଢ଼ିବାକୁ ଯିବେ। ସେମାନଙ୍କୁ ନେବା ପାଇଁ ଗାଡ଼ିର ମଧ୍ୟ ବ୍ୟବସ୍ଥା ହୋଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri