Posted inରାଜ୍ୟ

ସ୍କୁଲ ଖୋଲୁ ଖୋଲୁ ଶିକ୍ଷୟିତ୍ରୀଙ୍କୁ କରୋନା

ବରଗଡ଼ ଅଫିସ୍‌,୧୩।୧: ରାଜ୍ୟରେ ଗତ ୮ ତାରିଖରୁ ହାଇସ୍କୁଲଗୁଡ଼ିକ ଖୋଲିଛି। କେବଳ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପାଠପଢ଼ା ଚାଲିଛି। ନିୟମିତ ଛାତ୍ରୀଛାତ୍ର ମଧ୍ୟ ସ୍କୁଲକୁ ଆସୁଛନ୍ତି । ତେବେ ସ୍କୁଲ ଖୋଲିବା ପରେ ବରଗଡ଼ ଜିଲାର ଏକ ବାଳିକା ହାଇସ୍କୁଲରେ ଜଣେ ଶିକ୍ଷୟିତ୍ରୀ କରୋନା(କୋଭିଡ୍‌-19)ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଆକ୍ରାନ୍ତ ଶିକ୍ଷୟିତ୍ରୀ ଜଣକ ହୋମ ଆଇସୋଲେଶନରେ ଅଛନ୍ତି । ସେହିପରି ଖୋଲିବା ପୂର୍ବରୁ ସ୍କୁଲକୁ ସାନିଟାଇଜ୍‌ କରାଯାଇଥିଲା ଏବଂ ଶିକ୍ଷୟିତ୍ରୀଙ୍କ ପଜିଟିଭ୍‌ ବାହାରିବା ପରେ ସମ୍ପୃକ୍ତ ସ୍କୁଲକୁ ପୁଣି ଥରେ ସାନିଟାଇଜ୍‌ କରାଯାଇଛି ବୋଲି ଜିଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପ କହିଛନ୍ତି । ଉକ୍ତ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ସଂଖ୍ୟା ୨୭ ହୋଇଥିବା ବେଳେ ସ୍କୁଲ ଖୋଲିବା ଦିନଠାରୁ ନିୟମିତ ୨୦ରୁ ଅଧିକ ଛାତ୍ରୀ ଆସୁଛନ୍ତି । ଅନ୍ୟପଟେ ସ୍କୁଲ ଖୋଲିବା ଦିନଠାରୁ ଜିଲାର ସ୍କୁଲଗୁଡ଼ିକରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଉପସ୍ଥାନ ବଢ଼ି ଚାଲିଛି । ସ୍କୁଲ ଖୋଲିବା ଦିନ ଉପସ୍ଥାନ ହାର ୭୩ ପ୍ରତିଶତ ଥିବାବେଳେ ବୁଧବାର ୮୧.୯ ପ୍ରତିଶତକୁ ବୃଦ୍ଧି ପାଇଛି । ପ୍ରକାଶଥାଉକି, ବୁଧବାର ବରଗଡ଼ ଜିଲାରେ ୮ ନୂଆ କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ୫ଜଣ ପୁରୁଷ ଅଛନ୍ତି । ଆକ୍ରାନ୍ତମାନେ ବରଗଡ଼, କନକବିରା, ପାଇକମାଲ, ଭୁକ୍ତା ଏବଂ ଅଡ଼ଗାଁ, କଟାପାଲିର ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି । ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ହଜାର ୩୩୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୦ଜଣଙ୍କ ମୃତ୍ୟୁ ହୋଇ ଥିବାବେଳେ ୧୦ହଜାର ୧୨୭ଜଣ ଆରୋଗ୍ୟ ଲାଭ କରିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri