ସ୍କୁଲ ପରିସରରୁ ଗଛକଟା ଅଭିଯୋଗ

ଭଣ୍ଡାରିପୋଖରୀ, ୧।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ସାରୋ ନୋଡାଲ ସ୍କୁଲ ପରିସରରୁ ୫ଟି ବଡ଼ ବଡ଼ କଦମ୍ବ ଗଛ କଟାଯାଇଥିବା ନେଇ ଗ୍ରାମବାସୀ ସୋମବାର ବିଇଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟ କମିଟି ଛୁଟିଦିନରେ ଗଛଗୁଡ଼ିକ କାଟି ବିକ୍ରି କରିଦେଇଥିବା ଗ୍ରାମବାସୀ ଗୋପବନ୍ଧୁ ସାହୁ, ସୁବାସ ଦାସ, ଅକ୍ଷୟ ଭାରତୀ, ରୋହିତ ଭାରତୀ, ବୀରେନ୍ଦ୍ର ଭାରତୀ ଅଭିଯୋଗରେ ଦର୍ଶାଇଛନ୍ତି। ସେହିପରି ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ଅଭିଯୋଗ କରାଯାଇଛି। ଗଛ କଟା ସମ୍ପର୍କରେ ପ୍ରଧାନ ଶିକ୍ଷକ ନରେନ୍ଦ୍ର ବେହେରାଙ୍କୁ ଯୋଗାଯୋଗ କରିବାରୁ କହିଥିଲେ, ସେତେବେଳେ ଗଛ କଟାଯିବା ବିଷୟରେ ସେ ଜାଣି ନ ଥିଲେ। ବିଦ୍ୟାଳୟ ଖୋଲିବା ପରେ କମିଟିକୁ ପଚାରିବାରୁ ତହସିଲ ପକ୍ଷରୁ ଅନୁମତି ପାଇ ଗଛ କଟାଯାଇଥିବା କୁହାଯାଇଥିଲା। କମିଟିକୁ ଅନୁମତିପତ୍ର ଦେଖାଇବା ପାଇଁ କହିବାରୁ ଆଜିକାଲି କହି ସମୟ ଗଡ଼ାଇ ଚାଲିଥିବା ସେ କହିଛନ୍ତି। ତେବେ ପ୍ରଧାନ ଶିକ୍ଷକ ସୋମବାର ଏ ନେଇ ଅଭିଯୋଗ ପତ୍ର ଡାକ ଯୋଗେ ତହସିଲଦାର, ବ୍ଲକ ଶିକ୍ଷାଧିକାରୀ ଓ ଥାନାଧିକାରୀଙ୍କ ନିକଟକୁ ପଠାଇଛନ୍ତି। ସ୍ଥାନୀୟ ସରପଞ୍ଚ ଲକ୍ଷ୍ମୀପ୍ରିୟଦର୍ଶିନୀ ଭାରତୀ ଏହି ଘଟଣାକୁ ନାପସନ୍ଦ କରିଛନ୍ତି। ଧାମନଗର ବନ ବିଭାଗ ରେଞ୍ଜର ସମୀର କୁମାର ରାଉତ ଏଭଳି ଗଛକଟାକୁ ନାପସନ୍ଦ କରିବା ସହ ପଦକ୍ଷେପ ନେବାକୁ କହିଛନ୍ତି। ଘଟଣାର ଆବଶ୍ୟକ ତଦନ୍ତ କରାଯିବ ବୋଲି ବିଇଓ ଦୀପକ କୁମାର ପାଢୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri