ସ୍କୁଲ ପିଲାଙ୍କ ସହ ନନ୍ଦନକାନନ ପାଳିଲା ବିଶ୍ୱ ହସ୍ତୀ ଦିବସ

ବାରଙ୍ଗ,୧୨ା୮(ଡି.ଏନ୍‌.ଏ.)- ସୋମବାର ଥିଲା ବିଶ୍ୱ ହସ୍ତୀ ଦିବସ। ଚଳିତବର୍ଷ ନନ୍ଦନକାନନ ଓ ସ୍କୁଲ ସୋମବାର ବନ୍ଦ ଥିବାରୁ ଏହି ଦିବସକୁ ସ୍କୁଲପିଲାଙ୍କ ଗହଣରେ ପାଳିଥିବାର ଦେଖିବାକୁ ମିଳିଛି। ନନ୍ଦନକାନନରେ ଥିବା ଜୁଲି, ଗୌରୀ, କମଳା ଓ ମାମାକୁ ନେଇ ୪ ହାତୀ ଏଥିରେ ସାମିଲ ହୋଇଥିଲେ। ଏଥିମଧ୍ୟରୁ ମାମା ସବୁଠୁ ଛୋଟ ଥିବାରୁ ସମସ୍ତଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲା। ବର୍ଷାପାଗ ଥିବାରୁ ସକାଳ ୯ଟାରେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସମୟ ପୂର୍ବରୁ ଏହି ୪ ହାତୀ ଆସି ଗେଟ କମ୍ପ୍ଲେସ ଆଗରେ ଛିଡା ହୋଇଥିଲେ। ଏହାସହ ଆଖପାଖର ୧୨ଟି ସ୍କୁଲର ପିଲାଙ୍କ ସହ ଅତିଥିମାନେ ବର୍ଷାହେବା ସତ୍ତ୍ୱେ ସମୟ ପୂର୍ବରୁ ପହଞ୍ଚତ୍ ଯାଇଥିଲେ। ମୁଖ୍ୟଅତିଥି ଭାବେ ଜଟଣୀ ବିଧାୟକ ସୁରେଶ ରାଉତରାୟ ଓ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଯୋଗଦେଇଥିଲେ। ଅତିଥି ଓ ପିଲାମାନେ ହାତୀମାନଙ୍କୁ ସୁସ୍ବାଦ ଖାଦ୍ୟ ମକା, ସେଓ, କଦଳୀ, ନଡ଼ିଆ ଓ ଆଖୁ ଆଦି ପ୍ରଦାନ କରିଥିଲେ। ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା ୯ଜଣ ମାହୁନ୍ତଙ୍କୁ ୨ହଜାର ଟଙ୍କା ସହ ପ୍ୟାଣ୍ଟଶାର୍ଟ ଦିଆଯାଇଥିଲା। ପରେ କନଫରେନ୍ସ ହଲରେ ଏକ ସଭା ଆୟୋଜନ ହୋଇଥିଲା। ଏଥିରେ ନନ୍ଦନକାନନର ମୁଖ୍ୟ ବନସଂରକ୍ଷକ(ବନ୍ୟପ୍ରାଣୀ) ଡ.ଅଜୟ କୁମାର ମହାପାତ୍ର, ନିର୍ଦ୍ଦେଶକ ଶଶିପଲ, ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ, ପର୍ଯ୍ୟଟନ ପରିଚାଳନା ଦାୟିତ୍ୱରେ ଥିବା ଏସିଏଫ ଅମୂଲ୍ୟ କୁମାର ପରିଡା, ଜନ୍ତୁବିଭାଗ ଦାୟିତ୍ୱରେ ଥିବା ଏସିଏଫ ଅଶୋକ ଦାସ, ଏସିଏଫ ପ୍ରଶାନ୍ତ କୁମାର ପଣ୍ଡା, ରେଞ ଅଫିସର କୁମର ବେହେରା, କମଳ ପଟ୍ଟନାୟକଙ୍କ ସମେତ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବିଧାୟକ ରାଉତରାୟ ହାତୀର ଜୟଗାନ କରି ହାତୀମାନଙ୍କ ପାଇଁ ତାଳି ମାରିବାକୁ ଉପସ୍ଥିତ ପିଲାମାନଙ୍କୁ କହି ହସାଇଥବାର ଦେଖିବାକୁ ମିଳିଥିଲା। ଫନୀରେ କ୍ଷତିଗ୍ରସ୍ତ ନନ୍ଦନକାନନର ପୁନରୁଦ୍ଧାର କାର୍ଯ୍ୟ ଶୀଘ୍ର ସରିଥିବାରୁ ଦୁଇ ବିଧାୟକ ନନ୍ଦନକାନନ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri