ସ୍କୁଲ ସଭାପତିରୁ ମନ୍ତ୍ରୀ ହୋଇଛି: ଗଣଶିକ୍ଷା ମନ୍ତ୍ରୀ

କୋକସରା/ଜୟପାଟଣା, ୪ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜୟପାଟଣା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପରମାନନ୍ଦ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ପୁରାତନ ଛାତ୍ର ସମାବେଶ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ସଭାପତି ବଜେନ୍ଦ୍ର ପାଟ୍ଟଯୋଷୀଙ୍କ ସଭାପତିତ୍ୱରେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟବକ୍ତା ଭାବେ ଜାତୀୟ ପୁରସ୍କାର ପ୍ରାପ୍ତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟ ନର୍ଲାର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର, ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଏମ୍‌ପି ମାଳବିକା ଦେଓ, କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ଉପଜିଲାପାଳ ଧର୍ମଗଡ ଧୀମାନ ଚକମା, ବ୍ଲକ ଅଧ୍ୟକ୍ଷ ଥବିର ବାଗ, ଉପାଧ୍ୟକ୍ଷା ଜାନକୀ ବାଣୁଆ, ସମାଜସେବୀ ରମେଶ ଚନ୍ଦ୍ର ମାଝି, ବିଇଓ ପ୍ରେମ ନାରାୟଣ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ମୁଣ୍ଡ ସ୍ବାଗତ ଅଭିଭାଷଣ ରଖିବା ସହ ଶିକ୍ଷାନୁଷ୍ଠାନର ପ୍ରମୁଖ ସମସ୍ୟା ଉପରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଆଜି ମୁଁ ସ୍କୁଲ ସଭାପତିରୁ ମନ୍ତ୍ରୀ ହୋଇଛି, ଏଣୁ ମୋ ବିଭାଗ ଦ୍ୱାରା ଯାହା ସମ୍ଭବ ବିଶେଷ କରି ଶିକ୍ଷକ ଶିକ୍ଷୟିତ୍ରୀ ସମସ୍ୟା ଓ ରାଜ୍ୟରେ ଶିକ୍ଷାନୁଷ୍ଠାନର ଭିତ୍ତିଭୂମି ଉନ୍ନତି ପାଇଁ ମୋହନ ମାଝୀ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ। ଏହି ଅବସରରେ ସ୍କୁଲର ଇଂରାଜୀ ଶିକ୍ଷକ କୁଞ୍ଜବିହାରି ଦାସଙ୍କୁ ଉପସ୍ଥିତ ଅତିଥିମାନେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦେଇ ତାଙ୍କ ସୁସ୍ଥ ଓ ନିରାମୟ ଜୀବନର କାମନା କରିଥିଲେ। ବରିଷ୍ଠ ଶିକ୍ଷକ ଲଳିତ କୁମାର ନାଏକ ମଞ୍ଚ ସଂଯୋଜନା ଓ ପରିଶେଷରେ ଉମା ଶଙ୍କର ଦୀପ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri