ସ୍ତ୍ରୀ, ପୁଅକୁ ଛାଡ଼ି କାଠଯୋଡ଼ିକୁ ଡେଇଁବା ଘଟଣା: ସପ୍ତାହେ ପରେ ମିଳିଲା ଦେବବ୍ରତଙ୍କ ମୃତଦେହ

କଟକ ଅଫିସ/କଣ୍ଟାପଡ଼ା,୧୬।୧୦(ଡି.ଏନ୍‌.ଏ.): ସପ୍ତାହେ ପରେ କାଠଯୋଡ଼ିକୁ ଡେଇଁ ନିଖୋଜ ହୋଇଯାଇଥିବା ଦେବବ୍ରତ ମହାପାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୯ ତାରିଖରେ ସ୍ତ୍ରୀଙ୍କ ସହ ଝଗଡ଼ା ଲାଗିବାରୁ ସେ ନଦୀକୁ ଡେଇଁ ନିଖୋଜ ହୋଇଯାଇଥିଲେ। ଗୋବିନ୍ଦପୁର ଥାନା ଦେବୀ ନଦୀର ରାହାମ୍ବା ନିକଟରୁ ବୁଧବାର ଦେବବ୍ରତଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିବା କଟକ ଗ୍ରାମାଞ୍ଚଳ ଏସ୍‌ପି ସ୍ପଷ୍ଟ କରିଛନ୍ତି।

ସୂଚନାନୁଯାୟୀ, ବୁଧବାର ରହମ୍ବା ନିକଟ ଦେବୀ ନଦୀରେ ନିର୍ମାଣାଧିନ ବ୍ରିଜରେ ଏକ ଅଜଣା ଯୁବକଙ୍କ ମୃତଦେହ ଲାଗିଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ଗୋବିନ୍ଦପୁର ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ତେବେ ମୃତକଙ୍କ ପକେଟରୁ ଏକ ମୋଟର ସାଇକେଲ ପଞ୍ଜିକରଣ କାର୍ଡ ଉଦ୍ଧାର କରାଯିବା ପରେ ମୃତଦେହଟି ଦେବବ୍ରତଙ୍କର ବୋଲି ଜଣାପଡ଼ିଥିବା ପୋଲିସ କହିଛି।

ପ୍ରକାଶଯୋଗ୍ୟ, ନିଆଳି କରଞ୍ଜ ଗ୍ରାମର ଦେବବ୍ରତ ୨୦୧୪ରେ କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ କଲରାବାଙ୍କ ଅଞ୍ଚଳର ଶୁଭଲକ୍ଷ୍ମୀ ପରିଡାଙ୍କୁ ବିବାହ କରିଥିଲେ। ଦେବବ୍ରତ ଯାଜପୁରରେ ଥିବା ଏକ କମ୍ପାନୀର ଆଉଟସୋର୍ସିଂ ବିଭାଗରେ କାର୍ଯ୍ୟ କରୁଥିବାବେଳେ ଶୁଭଲକ୍ଷ୍ମୀ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ବନକାଟୀ ବାଳିକା ଉଚ୍ଚବିଦ୍ୟାଳୟରେ ଶିକ୍ଷକତା କରନ୍ତି। ଉଭୟଙ୍କର ଏକ ୪ବର୍ଷର ଶିଶୁପୁତ୍ର ଅଛି। କିଛିମାସ ହେବ ଉଭୟଙ୍କ ଭିତରେ ବିଭିନ୍ନ ଘଟଣାକୁ ନେଇ ଅନେକ ଥର ଝଗଡ଼ା ହୋଇଛି। ଏପରି କି ଉଭୟ ପକ୍ଷର ପରିବାର ଲୋକଙ୍କ ହସ୍ତକ୍ଷେପ ପରେ ଝଗଡ଼ା ସମାଧାନ ହୁଏ। ଗତ ୯ତାରିଖରେ ସେ ସ୍ତ୍ରୀ ଓ ପୁଅଙ୍କୁ ନେଇ ନିଜ ଶଢୁଘର ଯାଜପୁର ଜିଲା ବାରଗାଡିଆ ଅଞ୍ଚଳକୁ ବୁଲିବାକୁ ଯାଇଥିଲେ। ସେଠାରେ ଦେବବ୍ରତ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ବୁଧବାର ସେ ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ ବାଇକ(ନଂ.ଓଆର୦୫ଜେଡ-୪୩୭୪)ନେଇ କରଞ୍ଜ ଗ୍ରାମକୁ ଫେରୁଥିଲେ। ବାଟରେ ଦମ୍ପତିଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ଦେବବ୍ରତ୍ତ କାଠଯୋଡି ପୋଲ ଉପରେ ବାଇକ ରଖିଥିଲେ। ପରିସ୍ରା ଯିବେ ବୋଲି କହିଥିଲେ ମଧ୍ୟ ରାଗ ତମତମ ହେଉଥିବାରୁ ଶୁଭଲକ୍ଷ୍ମୀ ତାଙ୍କୁ ଯିବାକୁ ଦେଇ ନ ଥିଲେ। ଗୋଟିଏ ହାତରେ ପୁଅକୁ ଧରିଥିବା ବେଳେ ଅନ୍ୟ ହାତରେ ଦେବବ୍ରତଙ୍କୁ ଅଟକାଇବା ତାଙ୍କ ପକ୍ଷରେ କଷ୍ଟକର ହୋଇଥିଲା। ଫଳରେ ଶୁଭଲକ୍ଷ୍ମୀଙ୍କୁ ଠେଲି ଦେଇ ଦେବବ୍ରତ ନଦୀକୁ ଡେଇଁ ପଡ଼ିଥିଲେ। ଏହାଦେଖି ଶୁଭଲକ୍ଷ୍ମୀ ଚିତ୍କାର କରିବାରୁ ଘଟଣାସ୍ଥଳରେ ଲୋକେ ରୁଣ୍ଡ ହୋଇଯାଇଥିଲେ। କଟକ ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବାଇକ୍‌କୁ ଜବତ କରିବା ସହ ଶୁଭଲକ୍ଷ୍ମୀ ଓ ତାଙ୍କ ପୁଅକୁ ଥାନାକୁ ନେଇ ପଚରାଉଚରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri