Posted inଜାତୀୟ

ସ୍ତ୍ରୀଙ୍କ ଅଭିମାନ ଭାଙ୍ଗିବା ପାଇଁ ହାତ ଆଙ୍ଗୁଳି କାଟି ୬୦ କିମି ସାଇକେଲ ଚଳାଇ ଶ୍ୱଶୁର ଘରେ ପହଞ୍ଚିଲେ ସ୍ବାମୀ

ରାୟପୁର,୨୫।୪: ଛତିଶଗଡ଼ କୋରବା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ରଜଗାମାର ଥାନା ଅଞ୍ଚଳରେ ଥିବା ଔରାଇ ଗାଁରେ ମୁକୁନ୍ଦ ନାମକ ଜଣେ ଯୁବକ ସାଧାରଣ ଘରୋଇ କଳିରୁ ବାପଘରକୁ ଚାଲି ଯାଇଥିବା ସ୍ତ୍ରୀ ଜ୍ୟୋତିଙ୍କ ଅଭିମାନ ଭାଙ୍ଗିବା ଏବଂ ମନାଇ ଘରକୁ ଫେରାଇ ଆଣିବା ପାଇଁ ଦେଇଛନ୍ତି ପ୍ରେମ ପରୀକ୍ଷା। ନିଜ ହାତ ଆଙ୍ଗୁଳି କାଟି ଏହାକୁ ଏକ ପ୍ଲାଷ୍ଟିକ୍‌ ଡବାରେ ରଖି ମୁକୁନ୍ଦ ୬୦ କିଲୋମିଟର ଦୂର ଶ୍ୱଶୁର ଘର ବାସିନ୍‌ଖାରରେ ପହଞ୍ଚିଥିଲେ। ସେଠାରେ ଜ୍ୟୋତିଙ୍କୁ ଏହା ଦେଇ ଘର ବାହୁଡ଼ିବାକୁ ନେହୁରା ହୋଇଥିଲେ। ଘରେ ଦଉି ସନ୍ତାନ ମା’ ବାଟକୁ ଚାହିଁ ବସିଥିବା ମଧ୍ୟ କହିଥିଲେ। ତେବେ ଶ୍ୱଶୁର ଘର ଲୋକେ ମୁକୁନ୍ଦଙ୍କ ଏଭଳି ଅବସ୍ତା ଦେଖି ଭୟଭୀତ ହୋଇ ପୋଲିସ ଥାନା ପହଞ୍ଚିଥିଲେ। ପୋଲିସ ମୁକୁନ୍ଦଙ୍କ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିବା ସହିତ ଜ୍ୟୋତିଙ୍କୁ ବୁଝାସୁଝା କରି ଘରକୁ ପଠାଇ ଦେଇଛନ୍ତି। ଏହି ଘଟଣା ନେଇ ଏଠାରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri