ଜଗନ୍ନାଥପ୍ରସାଦ,୬ା୧୧(ଡି.ଏନ.ଏ.)-ପ୍ରେମ ବିବାହ କରି ସ୍ତ୍ରୀଙ୍କୁ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ଜଗନ୍ନାଥପ୍ରସାଦ ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ ଟୁକୁନା ବେହେରା। ଏ ନେଇ ନଂ. ୧୮୩/୧୯ରେ ମାମଲା ରୁଜୁ କରାଯାଇଛି। ଜଗନ୍ନାଥପ୍ରସାଦ ଥାନା ଚିକିଲି ଗ୍ରାମର ଗୌତମୀଙ୍କୁ ଆଜ୍ଞାପ୍ରସାଦ ଗଁାର ଟୁକୁନା ଭଲ ପାଉଥିଲେ। ଉଭୟ ଗୋଟିଏ ଜାତିର ହୋଇ ନ ଥିବାରୁ ବିବାହରେ ପ୍ରତିବନ୍ଧକ ସାଜିଥିଲେ ପରିବାର ଲୋକେ। ତେଣୁ ସେମାନେ ୨୦୧୪ରେ ଗାଁ ଛାଡ଼ି ସୁରାଟ ଯାଇ ସେଠାରେ କୋର୍ଟରେ ବିବାହ କରିଥିଲେ। ବିବାହର କିଛିମାସ ସବୁ ଠିକ୍ ଥିଲା। ପରେ ଅର୍ଥ ଅଭାବରୁ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ହେଲା। ତେଣୁ ସେମାନେ ଗାଁକୁ ଫେରି ଆସି ଜଗନ୍ନାଥପ୍ରସାଦରେ ଭଡା ଘରେ ରହୁଥିଲେ। ବାହାରେ କାମକରି ଗୁଜୁରାଣ ମେଣ୍ଟାଉଥିଲେ ବି ଶାନ୍ତି ମିଳୁ ନ ଥିଲା। ସୋମବାର ରାତିରେ ପୁଣି କୌଣସି କାରଣରୁ ଗୌତମୀଙ୍କୁ ଟୁକୁନା ୁ ଜୀବନରେ ମାରିଦେବାକୁ ଉଦ୍ୟମ କରିଥିଲେ। ମଙ୍ଗଳବାର ଥାନାରେ ଗୌତମୀ ଏତଲା ଦେବାରୁ ପୋଲିସ ଟୁକୁନାଙ୍କୁ ଗିରଫ କରିଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ
ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…
କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍ ପ୍ରଶାସନ
ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…
ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ
ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…
କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା
ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା
କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ଜାଲ୍ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି
ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…
Archives

