ସ୍ତ୍ରୀଙ୍କୁ ମାରି କୂଅରେ ପକାଇବା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୩୦।୭:୨୦୧୬ ମସିହା ନଳଚନ୍ଦ୍ରପୁର ଗାଁରେ ଘଟିଥିବା ନବବଧୂ ହତ୍ୟା ଘଟଣାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ହତ୍ୟାକାରୀ ସ୍ବାମୀକୁ ୫ ବର୍ଷ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ ୬ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଜିଲା ଓ ଦୌରା ଜଜ୍‌ ଅଶାନ୍ତ କୁମାର ଦାଶ।
ପ୍ରକାଶ ଯେ, ୨୦୧୬ ମସିହା ଜାନୁୟାରୀ ୨୦ ତାରିଖରେ ଧନେଶ୍ୱର ଭୁକ୍ତା ନିଜ ନବବିବାହିତ ସ୍ତ୍ରୀଙ୍କୁ ମାରି କୂଅରେ ପକାଇ ଦେଇଥିବା ବଅଁରପାଳ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଆଧାରକରି ପୋଲିସ ଅଭିଯୁକ୍ତ ଧନେଶ୍ୱରଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଥିଲା। ଏ ନେଇ ଥାନାରେ ୬/୧୬ ରେ ମାମଲା ରୁଜୁ ହୋଇଥିଲା। ଏହି ଘଟଣାରେ ୧୭ଜଣ ସାକ୍ଷୀଙ୍କ ବୟାନ ଓ ପ୍ରମାଣ ଆଧାରରେ ମାନ୍ୟବର ଜିଲା ଓ ଦୌରା ଜଜ୍‌ ମଙ୍ଗଳବାର ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ବରିଷ୍ଠ ଓକିଲ ମହେନ୍ଦ୍ର ବସ୍ତିଆ ଏହି କେସ୍‌ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri