ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ସମ୍ପର୍କୀୟ ଗିରଫ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୧୨ା୭(ଡି.ଏନ.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ସ୍ବାମୀ ଏବଂ ତାଙ୍କର ଜଣେ ସମ୍ପର୍କୀୟ ଜୀବନରେ ମାରି ଦେବାକୁ ଉଦ୍ୟମ କରିଛନ୍ତି। ଏ ନେଇ ମହିଳା ଜଣକ ବେଲଘର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏହି ଘଟଣାରେ ସ୍ବାମୀ ଏବଂ ସମ୍ପର୍କୀୟଙ୍କୁ ଗିରଫ କରିଛି। ସେମାନେ ହେଲେ ସ୍ବାମୀ ହରିହର ନାୟକ ଓ ସମ୍ପର୍କୀୟ ଜ୍ୱାଇଁ ବେଲଘରର ବେଲାରସେନ ନାୟକ। ମିଳିଥିବା ସୂଚନା ଅନୁସାରେ, ବେଲଘର ଥାନା ଝିରିପାଣିର ମାନସୀ ନାୟକ ୨୦୦୬ରେ ହରିହରଙ୍କୁ ବିବାହ କରିଥିଲେ। ଗତ ୩ ମାସ ହେବ ଉଭୟଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡା ହୋଇଥିଲା। ଗତ ୯ ତାରିଖରେ ସ୍ତ୍ରୀ ଏବଂ ସ୍ବାମୀ ତୁମୁଡିବନ୍ଧ ଯାଇ ଫେରୁଥିଲେ। ହରିହର ବାଟରେ ମାନସୀଙ୍କୁ ଗାଳି ଗୁଲଜ କରି ମାରିଦେବାକୁ ଧମକ ଦେଇଥିଲେ। ଏପରିକି ଆଜିଠାରୁ କୌଣସି ସମ୍ପର୍କ ନାହିଁ, ଛାଡ଼ପତ୍ର ଦେବି ବୋଲି କହିଥିଲେ। ରାତି ପ୍ରାୟ ୮ଟା ବେଳକୁ ହରିହର ଓ ମାନସୀ ତାଙ୍କ ଭିଣୋଇ ସୁଗ୍ରେସନ ନାୟକଙ୍କ ଘରକୁ ଯାଇଥିଲେ। ସେଠାରୁ ୧୦ ତାରିଖରେ ଘରକୁ ବାହାରିଥିଲେ। ସେଠାରେ ମଧ୍ୟ ମାନସୀଙ୍କୁ ହରିହର ମାଡ ମାରିଥିଲେ। ବାଟରେ ଆସିବା ବେଳେ ଆଉ ଜଣେ ନଣନ୍ଦଙ୍କ ସ୍ବାମୀ ବେଲାରସେନ ନାୟକଙ୍କୁ ଭେଟି ସମସ୍ତେ ଏକ ଗାଡିରେ ଘର ଅଭିମୁଖେ ବାହାରିଥିଲେ। ବାଟରେ ଅଟକି ସ୍ବାମୀ ଓ ବେଲାରସେନ ଜଙ୍ଗଲ ପାଖକୁ ନେଇ ଜବରଦସ୍ତ ଶାଢ଼ି ବ୍ଲାଉଜ ଖୋଲି ଏକ ବ୍ଲେଡରେ ହତ୍ୟା ଉଦ୍ୟମ କରିଥିଲେ। ମାନସୀ ପାଟି କରିବାରୁ ରାସ୍ତାରେ ଯାଉଥିବା ଲୋକେ ଉଦ୍ଧାର କରିଥିଲେ। ହେଲେ ସ୍ବାମୀ ଏବଂ ବେଲାରସେନ ସେଠାରୁ ଖସି ଯାଇଥିଲେ। ଜୀବନ ପ୍ରତି ବିପଦ ଅଛି ବୋଲି ମାନସୀ ଏତଲାରେ ଦର୍ଶାଇଛନ୍ତି। ଏ ନେଇ ଥାନାଧିକାରୀ ଶ୍ରୀକାନ୍ତ ଖମାରୀଙ୍କୁ ପଚାରିବାରୁ ଏହି ଘଟଣାରେ ଆମେ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛୁ। ନଂ. ୧୭/୧୯ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri