ବାହାନଗା, ୯ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିବା ପରେ ଘରେ ଟାଙ୍ଗି ଦେଇଥିବା ଜଣାପଡିବା ପରେ ଗ୍ରାମବାସୀ ତାଙ୍କ ସ୍ବାମୀଙ୍କୁ ବାନ୍ଧି ଅଟକ ରଖିଥିଲେ। ଅପରାହ୍ନରେ ସୋର ପୋଲିସ ପହଞ୍ଚିବା ପରେ ଗ୍ରାମବାସୀ ଉକ୍ତ ବ୍ୟକ୍ତିଙ୍କୁ ପୋଲିସ ଜିମା ଦେଇଥିଲେ।
ଚିତ୍ତଳ ଗ୍ରାମର ମହାଳିକ ସାହିର ୬ ନମ୍ବର ୱାର୍ଡ ବାସିନ୍ଦା କରୁଣାକର ମହାଳିକ(୪୫) ପ୍ରତ୍ୟେକ ଦିନ ମଦ ପିଇ ଘରେ ଗଣ୍ଡଗୋଳ କରୁଥିଲେ। ତାଙ୍କ ବଡପୁଅ ରୋଜଗାର ପାଇଁ ବାହାରକୁ ଯାଇଛନ୍ତି। ସେ ଘର ଚଳାଇବା ପାଇଁ ମା’ ପାଖକୁ ଟଙ୍କା ପଠାନ୍ତି। ପ୍ରତ୍ୟେକ ଦିନ କରୁଣାକର ସ୍ତ୍ରୀ ମୀନତିଙ୍କୁ ଟଙ୍କା ମାଗିବା ସହ ପାଟିତୁଣ୍ଡ କରିଥାନ୍ତି। ଏହି କାରଣରୁ ସୋମବାର ମଧ୍ୟ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହାପରେ କରୁଣାକର ଉତ୍ତ୍ୟକ୍ତ ହୋଇ ମୀନତିଙ୍କୁ ମାରି ତଳେ ପକାଇ ଦେଇଥିଲେ। ମୀନତିଙ୍କ ମୃତ୍ୟୁ ହୋଇଯାଇଥିବା ଦେଖି ସେ ତାଙ୍କ ବେକରେ ଦୌଡି ବାନ୍ଧି ଘର ଭିତରେ ଟାଙ୍ଗି ଦେଇଥିଲେ। ଏହା ସାନ ଝିଅ ଦେଖିଦେବାରୁ ସେ ତାଙ୍କୁ ମାରିବାକୁ ଗୋଡାଇଥିଲେ। ସେ ସେଠାରୁ ଖସି ପଳାଇ ଆସି ଗ୍ରାମବାସୀଙ୍କୁ ଜଣାଇଥିଲେ। ଲୋକେ ଘଟଣାସ୍ଥଳକୁ ଆସିବା ବେଳକୁ କରୁଣାକର ଖସିପଳାଇବାକୁ ଉଦ୍ୟମ କରିଥିଲେ। ଲୋକେ ତାଙ୍କୁ କାବୁ କରି ବାନ୍ଧି ପକାଇଥିଲେ। ସୋର ପୋଲିସ ଓ ଅନନ୍ତପୁର ଫାଣ୍ଡି ପୋଲିସ ଆସି ଝିଅଠାରୁ ସବୁକଥା ଶୁଣିବା ପରେ କରୁଣାକରଙ୍କୁ ଥାନାକୁ ନେଇଯାଇଥିଲେ।
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...
Archives


