ସ୍ତ୍ରୀଙ୍କୁ ହତ୍ୟା ଘଟଣା: ସ୍ବାମୀ ଗିରଫ

ଯୋଡ଼ା, ୭।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଯୋଡାରେ ହୋଇଥିବା ଯୌତୁକଜନିତ ବଧୂହତ୍ୟା ଘଟଣାରେ ପୋଲିସ ମୃତ ମହିଳାଙ୍କ ସ୍ବାମୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ମାନସ ରଞ୍ଜନ ସାହୁ। ସୂଚନାନୁଯାୟୀ, ଯୋଡା ସିଗ୍ରିଗେସନ କଲୋନୀର କ୍ୱାର୍ଟରରେ ରହୁଥିବା ମାନସ ରଞ୍ଜନ ସାହୁଙ୍କ ସ୍ତ୍ରୀ ଶୀବାନୀଙ୍କର ମୃତଦେହ ଯୋଡା ପୋଲିସ ଗତ ମେ’ ୨୯ ତାରିଖ ସକାଳ ସମୟରେ ରକ୍ତାପକ୍ତ ଅବସ୍ଥାରେ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ମୃତା ଶୀବାନୀଙ୍କ ବାପ ଘର ପକ୍ଷରୁ ଏନେଇ ଯୌତୁକ ଜନିତ ନିର୍ଯାତନା ଓ ହତ୍ୟା ଅଭିଯୋଗ କରାଯାଇଥିଲା। ପୋଲିସ ଏନେଇ ଏକ ମାମଲା (ନଂ.୯୧/୨୦)ରୁଜୁ କରି ତଦନ୍ତ ଜାରି ରଖିଥିଲା। ଶନିବାର ଏହି ଘଟଣାରେ ସମ୍ପୃକ୍ତି ଥିବା ପ୍ରମାଣ ପାଇବା ପରେ ପୋଲିସ ମାନସ ରଞ୍ଜନ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri