ସ୍ଥଗିତ ହେଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ଧାରଣା

ଯୋଡା, ୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରବାସୀ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ବିଭିନ୍ନ ସମୟରେ ଦାବି କରୁଥିଲେ ହେଁ, ପ୍ରଶାସନର ଅଣଦେଖା ହେତୁ ଦାବି ପୁରଣ ହେଉନଥିବାରୁ ଅତିଷ୍ଟ ହୋଇ ଯୋଡାବାସୀ ଧାରଣାକୁ ଓହ୍ଲାଇଥିଲେ। ଯୋଡା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୭ ଦଫା ଦାବି କରି ସୋମବାର ପୌର କାର୍ଯ୍ୟାଳୟ ବାହାରେ ଧାରଣା ଦିଆଯାଇଥିଲା। ଦୀର୍ଘ ୪ ଘଣ୍ଟା ପ୍ରଚଣ୍ଡ ଖରାରେ ବସିବା ପରେ ପ୍ରଶାସନିକ ଅଧିକାରୀ ତଥା ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ବଡବିଲ ଏସଡିପିଓ ସତ୍ୟ ବିକାଶ ଭୂୟାଁଙ୍କ ସମେତ ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ଧାରଣା ସ୍ଥଳରେ ପହଞ୍ଚି ଧାରଣାକାରୀଙ୍କ ସହ ଆଲୋଚନା କରି ଦାବି ପୂରଣ କରାଯିବାର ପ୍ରତିଶ୍ରୁତି ଦେଇଥିଲେ। ଏ ସମ୍ପର୍କରେ ବରିଷ୍ଠ ନାଗରିକ ଶିରିଶ ଚନ୍ଦ୍ର ମହାନ୍ତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ , କୋଭିଡ-୧୯ ର ପରିସ୍ଥିତିକୁ ବିଚାର କରି ଏହି ଧାରଣାକୁ ୧୫ ଦିନ ପର୍ଯ୍ୟନ୍ତ ସ୍ଥଗିତ ରଖିବା ପାଇଁ ପ୍ରଶାସନିକ ଅଧିକାରୀ ମାନେ ନିବେଦନ କରିଥିଲେ। ମାତ୍ର ୧୫ ଦିନ ପରେ ଏହି ଧାରଣା ସାଧାରଣ ଆନ୍ଦୋଳନରେ ରୂପାନ୍ତରିତ ହେବ ଏବଂ ଏଥିରେ ଯୋଡାର ସମସ୍ତ ଜନସାଧାରଣ ସାମିଲ ହେବେ ବୋଲି ଶିରିଶ ମହାନ୍ତି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri