ସ୍ଥିତି ଅଣାୟତ୍ତ

ନ୍ୟୁୟର୍କ/ଲଣ୍ଡନ,୨ା୪ : ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୪୪, ୨୨୭ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ଏହା ୮୮୬, ୧୦୮କୁ ବୃଦ୍ଧି ପାଇଛି। ଏହି ଭୂତାଣୁ ଗୋଟିକ ପରେ ଗୋଟିଏ ମୁଣ୍ଡ ନେଇଚାଲିଥିବା ବେଳେ ଚାଇନା, ଇଟାଲୀ ପରେ ଏବେ ଆମେରିକା, ସ୍ପେନ ଓ ବ୍ରିଟେନ ସର୍ବାଧିକ ପ୍ରଭାବିତ ହୋଇଛନ୍ତି। ଆମେରିକାରେ ଅଦ୍ୟାବଧି ମୃତ୍ୟୁସଂଖ୍ୟା ୪,୧୦୨କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଛି। ସ୍ପେନରେ କରୋନା ୯,୦୫୩ ମୁଣ୍ଡ ନେଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୧୦୨,୧୩୬ରେ ପହଞ୍ଚିଛି। ବ୍ରିଟେନରେ ସପ୍ତାହକ ମଧ୍ୟରେ ପରିସ୍ଥିତି ଗମ୍ଭୀର ରୂପ ଧାରଣ କରିଛି। ଏଠାରେ ଏବେ ୨,୩୫୨ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୩୦ ହଜାର ପାଖାପାଖିରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକାରେ ୪୯ ଜଣ ପ୍ରାଣ ହରାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୧,୪୯୨ ରହିଛି। ସ୍ପେନରେ ଦିନକ ମଧ୍ୟରେ ୫୮୯ ମୁଣ୍ଡ ଗଡ଼ିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୬,୨୧୩ ରହିଛି। ବ୍ରିଟେନରେ ଗତ ୨୪ ଘଣ୍ଟାରେ ୫୬୩ ଜଣ ପ୍ରାଣ ହରାଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ଗୋଟିଏ ଦିନରେ ଏଠି ୪,୩୨୪ ରହିଛି। ଇଟାଲୀରେ ସର୍ବାଧିକ ୧୨, ୪୨୮ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୧୦୫, ୭୯୨ରେ ପହଞ୍ଚିଛି। ଚାଇନାରେ ମୃତ୍ୟୁସଂଖ୍ୟା କମୁଥିଲେ ହେଁ ଅଦ୍ୟାବଧି ଏହା ୩,୩୧୨ ରହିଛି। ସଂକ୍ରମିତଙ୍କ ସଂଖ୍ୟା ଏଠାରେ ୮୧, ୫୫୪କୁ ବୃଦ୍ଧିପାଇଛି। ଅନ୍ୟ ଦେଶଗୁଡ଼ିକ ମଧ୍ୟରେ ଜର୍ମାନୀରେ ୮୨୧ ଜଣ ମୃତ୍ୟୁବରଣ କରିଥିବା ପ୍ରକାଶ। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ଏଠାରେ ୭୪, ୫୦୮କୁ ବୃଦ୍ଧିପାଇଛି। ଫ୍ରାନ୍ସରେ ମୃତ୍ୟୁସଂଖ୍ୟା ୩,୫୨୩ ଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୫୨,୧୨୮କୁ ବୃଦ୍ଧିପାଇଛି। ଇରାନରେ ୩,୦୩୬ ଜଣ ମୃତ୍ୟୁବରଣ କରିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୪୭, ୫୯୩କୁ ବୃଦ୍ଧିପାଇଛି। ସୁଇଜରଲାଣ୍ଡରେ ୪୬୧, ବେଲଜିୟମରେ ୮୨୮, ନେଦରଲାଣ୍ଡରେ ୧,୧୭୩, ବ୍ରାଜିଲରେ ୨୦୪, ତୁର୍କୀରେ ୨୧୪, ସ୍ବିଡେନରେ ୨୩୯, ଡେନ୍‌ମାର୍କରେ ୧୦୪ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏବେସୁଦ୍ଧା ବିଶ୍ୱରେ ୧୮୫, ୨୭୪ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଥିଲେ ହେଁ ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବିଶ୍ୱବ୍ୟାପୀ ଲକ୍‌ଡାଉନ୍‌ ପରେ ସ୍ଥିତି ଆହୁରି ଜଟିଳ ହୋଇପଡ଼ିଛି। ମହାମାରୀ କରୋନା ଭୂତାଣୁର ଚିକିତ୍ସା ସୁବିଧା ଏପର୍ଯ୍ୟନ୍ତ ଉପଲବ୍ଧ ହୋଇ ନ ଥିବାରୁ ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri