ସ୍ଥିତି ସମୀକ୍ଷା କଲେ ବିଧାୟକ

ପଦ୍ମପୁର,୨୪ା୪(ଡି.ଏନ୍‌.ଏ.)- ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବୁଧବାର ଲକ୍‌ ଡାଉନ ପରିସ୍ଥିତିର ସମୀକ୍ଷା କରିଛନ୍ତି। ମହାମାରୀ କରୋନାର ସଂକ୍ରମଣ ରୋକିବା ପାଇଁ ବାସୁଦେବପୁରବାସୀଙ୍କୁ କିଭଳି ସଚେତନ କରାଯିବା ସେ ନେଇ ବିଧାୟକ ଆଲୋଚନା କରିଥିଲେ। ସ୍ଥାନୀୟ ତହସିଲ ଡାକବଙ୍ଗଳାରେ ଅନୁଷ୍ଠିତ ଏହି ସମୀକ୍ଷା କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ, ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ, ବିଡିଓ ପ୍ରଣବ କୁମାର ବେହେରା, ବାସୁଦେବପୁର ଗୋଷ୍ଠୀ ଚିକିତ୍ସାଧିକାରୀ, ପୌରପାଳିକା କାର୍ଯ୍ୟ ନିର୍ବାହୀ ଅଧିକାରୀ, ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାଶ, ଥାନାଧିକାରୀ ମଧୁମିତା ମହାନ୍ତି ଓ ଅନ୍ୟାନ୍ୟ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କରୋନା ଯୋଦ୍ଧା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ ଓ ତହସିଲର ସମସ୍ତ କର୍ମଚାରୀଙ୍କୁ ବିଧାୟକ ରାଉତରାୟ ମାସ୍କ ଓ ସାନିଟାଇଜର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?