ସ୍ନାନଯାତ୍ରାରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୯।୬: ପୁରୀ ଶ୍ରୀମନ୍ଦିରରେ ତିନି ଠାକୁରଙ୍କ ସ୍ନାନଯାତ୍ରା ବେଳେ ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ ହୋଇଛି। ମୁଦିରସ୍ତ, ସେବାୟତ ଓ ଦଇତାପତିମାନେ ମାସ୍କ ପିନ୍ଧି ନ ଥିଲେ କିମ୍ବା ସାମାଜିକ ଦୂରତ୍ୱ ପାଳନ କରି ନ ଥିଲେ। ତେଣୁ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, କେବଳ ଠାକୁରଙ୍କ ରୀତିନୀତି ରକ୍ଷା ପାଇଁ ରଥଯାତ୍ରା ଆୟୋଜନ ହେଉଛି। ଗଜପତି ମହାରାଜା ସ୍ନାନଯାତ୍ରାରେ ଭାଗ ନେଇନାହାନ୍ତି। ଛେରା ପହଁରାରେ ସେ ଅନୁପସ୍ଥିତ ଥିଲେ। ଆଇନକୁ ସମ୍ମାନ ଜଣାଇ ସେ କୌଣସି ପ୍ରକାର ନିୟମ ଭାଙ୍ଗିବାଠାରୁ ନିଜକୁ ଦୂରେଇ ରଖିଛନ୍ତି। ଗଜପତି ମହାରାଜ, ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ, ଶ୍ରଦ୍ଧାଳୁ ସମସ୍ତେ ସରକାରଙ୍କ କଟକଣାକୁ ମାନୁଥିବା ବେଳେ ଅଳ୍ପ କେତେଜଣ ମାନିନାହାନ୍ତି। ଆଇନଠାରୁ ଊର୍ଦ୍ଧ୍ୱରେ କେହି ନୁହନ୍ତି। ଯେଉଁମାନେ ଆଇନ ଉଲ୍ଲଂଘନ କରିଛନ୍ତି, ସେମାନଙ୍କଠାରୁ ଜରିମାନା ଆଦାୟ କିମ୍ବା ଆଇନଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟଙ୍କ ନିକଟରେ ନିବେଦନ କରାଯାଇଛି। ଆଇନଜୀବୀ ଦିଲ୍ଲୀପ କୁମାର ରାୟ ଏହି ମାମଲା ଦାଏର କରିଛନ୍ତି। ଏଥିରେ ରାଜ୍ୟ ସରକାର, ଗୃହ ବିଭାଗ ସଚିବ, କେନ୍ଦ୍ର ସରକାରଙ୍କ ଗୃହ ସଚିବ, ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ମୁଖ୍ୟ ପ୍ରଶାସକଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri