Posted inଜାତୀୟ

ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ

ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ ବୁଧବାର ରାହୁଲ କହିଛନ୍ତି, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, ଯେତେଶୀଘ୍ର ସମ୍ଭବ ସେତେଶିଘ୍ର ଦଳର ଅଧ୍ୟକ୍ଷ ଚୟନ କରିବା ଉଚିତ୍‌। ମୁଁ କୌଣସି ପରିସ୍ଥିତିରେ ବି ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହିଁ ବୋଲି ରାହୁଲ କହିଛନ୍ତି। ଦଳର ନୂଆ ଅଧ୍ୟକ୍ଷ ଚୟନ କରିବାରେ ଅଧିକ ବିଳମ୍ବ ହୋଇଗଲାଣି। ଖୁବଶିଘ୍ର ଓ୍ବାର୍କିଂ କମିଟି ବୈଠକ ଡକାଇ ଏନେଇ ନିଷ୍ପତ୍ତି ନେବା ଆବଶ୍ୟକ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏକ ଦଳୀୟ ବୈଠକରେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାପାଇଁ କହିଥିଲେ। ପ୍ରାୟ ଏକ ମାସ ହେବ ଦଳର ବିଭିନ୍ନ ନେତା ରାହୁଲଙ୍କୁ ପଦରେ ରହିବା ପାଇଁ ବୁଝାଉଛନ୍ତି। କିନ୍ତୁ ରାହୁଲ ନିଜ ଜିଦ୍‌ରେ ଅଟଳ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri