ସ୍ପଷ୍ଟ ଦିବାଲୋକରେ ଲୁଟେରା ଆତଙ୍କ: ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଲୁଟ୍‌

ଭୁବନ, ୨୬।୭(ଡି.ଏନ.ଏ.)-ଭୁବନ ବସ୍‌ଷ୍ଟାଣ୍ଡରୁ ଶୁକ୍ରବାର ଅପରାହ୍ନ ୨ଟାରେ ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଟଙ୍କା ଏବଂ ଜରୁରୀ କାଗଜପତ୍ର ଲୁଟ୍‌ ହୋଇଛି। ଲୁଟ୍‌ର ଶିକାରଯ ହୋଇଛନ୍ତି ଭୂଷଳ ପଞ୍ଚାୟତ ଅସୁରବନ୍ଧପାଟଣା ଗ୍ରାମର ଲକ୍ଷ୍ମୀଧର ବେହେରା। ସ୍ପଷ୍ଟ ଦିବାଲୋକରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ଏପରି ଲୁଟ୍‌ ହେବା ଅଞ୍ଚଳବାସୀଙ୍କ ମନରେ ଭୟସଞ୍ଚାର କରିଛି।
ଲକ୍ଷ୍ମୀଧରଙ୍କ ପୁଅ ରାକେଶ କିଡ୍‌ନୀ ରୋଗରେ ଆକ୍ରାନ୍ତ। ପୁଅର ଚିକିତ୍ସା ପାଇଁ ସହାୟତା ଯୋଗାଇ ଦେବାକୁ ସେ ଜନଶୁଣାଣି ଶିବିରରେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ପ୍ରଶାସନଠାରୁ ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀଧର ପୁଅଙ୍କୁ କଟକ ଶିଶୁଭବନରେ ଚିକିତ୍ସା କରାଇବାକୁ ନିଷ୍ପତ୍ତି ନେଇଥିଲେ। ଇତିମଧ୍ୟରେ କେତେଜଣ ବଦାନ୍ୟ ବ୍ୟକ୍ତି ସହାୟତା ସ୍ବରୂପ ତାଙ୍କ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଆକାଉଣ୍ଟଙ୍କୁ ଟଙ୍କା ପଠାଇଥିଲେ। ଅପରାହ୍ନରେ ୩୦ ହଜାର ଟଙ୍କା ଉଠାଇଥିଲେ ଲକ୍ଷ୍ମୀଧର। ୧ ହଜାର ଟଙ୍କା ପକେଟରେ ରଖି ବାକି ଟଙ୍କା ବାଇକ୍‌ ଡିକିରେ ରଖିଥିଲେ। ସ୍ତ୍ରୀଙ୍କ ସହ ନୂଆବଜାରରେ ଜଳଖିଆ ଖାଉଥିବା ସମୟରେ କେହିଜଣେ ଦୁର୍ବୃତ୍ତ ଡିକି ଭାଙ୍ଗି ଟଙ୍କା ଲୁଟି ନେଇଥିବା ସେ କହିଛନ୍ତି। ଲୁଟ୍‌ର ଶିକାର ହେବାପରେ ଲକ୍ଷ୍ମୀଧରଙ୍କୁ କାକୁତିମିନତି ହେଉଥିବା ଦେଖିବାକୁ ମିଳିଥିଲା। ଶେଷରେ ନିରୂପାୟ ହୋଇ ସେ ଭୁବନ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?