Posted inଖେଳ

ସ୍ପାଇସ୍‌ ଜେଟ୍‌ ଆମ୍ବୁଲାନ୍ସରେ ଦିଲ୍ଲୀ ଗଲେ ଡିଙ୍ଗ୍‌କୋ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)-ଚିକିତ୍ସା ପାଇଁ ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜେତା ବକ୍ସର ଡିଙ୍ଗ୍‌କୋ ସିଂଙ୍କୁ ବିମାନ ଯୋଗେ ଇମ୍ଫାଲରୁ ଦିଲ୍ଲୀ ଅଣାଯାଇଛି। ସେ ଲିଭର କ୍ୟାନ୍‌ସରରେ ପୀଡ଼ିତ ଅଛନ୍ତି। ୪୧ ବର୍ଷୀୟ ଡିଙ୍ଗ୍‌କୋଙ୍କୁ ଦିଲ୍ଲୀ ନେବା ପାଇଁ ବକ୍ସି ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ତରଫରୁ ଏକ ସ୍ପାଇସ୍‌ ଜେଟ୍‌ ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଥିଲା। କରୋନାଭାଇରସ୍‌ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଲାଗୁ କରାଯାଇଥିବାରୁ ରାଡିଏଶନ ଥେରାପି ନେବା ପାଇଁ ସେ ଦିଲ୍ଲୀ ଯାଇପାରୁ ନ ଥିଲେ। ବିଏଫ୍‌ଆଇ ସଭାପତି ଅଜୟ ସିଂ ସ୍ପାଇସ୍‌ଜେଟ୍‌ର ପରିଚାଳନା ନିର୍ଦ୍ଦେଶକ ମଧ୍ୟ ଅଟନ୍ତି। ତାଙ୍କର ବ୍ୟକ୍ତିଗତ ଉଦ୍ୟମ ଯୋଗୁ ଡିଙ୍ଗ୍‌କୋଙ୍କୁ ଦିଲ୍ଲୀ ନେବା ବ୍ୟବସ୍ଥା ସମ୍ଭବ ହୋଇଥିଲା। ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜେତା ଶନିବାର ସନ୍ଧ୍ୟାରେ ଏଠାରେ ପହଞ୍ଚତ୍ବା ମାତ୍ରେ ବିମାନ ବନ୍ଦରରୁ ତାଙ୍କୁ ଏକ ଆମ୍ବୁଲାନ୍ସ ଯୋଗେ ସିଧାସଳଖ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରୀ ସାଇନ୍ସ (ଆଇଏଲ୍‌ବିଏସ୍‌)କୁ ନିଆଯାଇଥିଲା। ତାଙ୍କ ସହିତ ସ୍ତ୍ରୀ ଏନ୍‌ଗାନ୍‌ଗମ୍‌ ବାବାଇ ଦେବୀ ମଧ୍ୟ ଯାଇଛନ୍ତି। ଅର୍ଜୁନ ଓ ପଦ୍ମଶ୍ରୀ ପୁରସ୍କାର ବିଜେତା ଡିଙ୍ଗ୍‌କୋ ହେଉଛନ୍ତି ମଣିପୁର ରାଜ୍ୟ ବାସିନ୍ଦା। ସେ ଜଣେ ବ୍ୟାଣ୍ଟମଓ୍ବେଟ୍‌ ବକ୍ସର। ବ୍ୟାଙ୍କକ୍‌ରେ ଏସିଆନ ଗେମ୍ସର ୧୯୯୮ ସଂସ୍କରଣରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri