Posted inଖେଳ

ସ୍ପାଇସ୍‌ ଜେଟ୍‌ ଆମ୍ବୁଲାନ୍ସରେ ଦିଲ୍ଲୀ ଗଲେ ଡିଙ୍ଗ୍‌କୋ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)-ଚିକିତ୍ସା ପାଇଁ ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜେତା ବକ୍ସର ଡିଙ୍ଗ୍‌କୋ ସିଂଙ୍କୁ ବିମାନ ଯୋଗେ ଇମ୍ଫାଲରୁ ଦିଲ୍ଲୀ ଅଣାଯାଇଛି। ସେ ଲିଭର କ୍ୟାନ୍‌ସରରେ ପୀଡ଼ିତ ଅଛନ୍ତି। ୪୧ ବର୍ଷୀୟ ଡିଙ୍ଗ୍‌କୋଙ୍କୁ ଦିଲ୍ଲୀ ନେବା ପାଇଁ ବକ୍ସି ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ତରଫରୁ ଏକ ସ୍ପାଇସ୍‌ ଜେଟ୍‌ ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଥିଲା। କରୋନାଭାଇରସ୍‌ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଲାଗୁ କରାଯାଇଥିବାରୁ ରାଡିଏଶନ ଥେରାପି ନେବା ପାଇଁ ସେ ଦିଲ୍ଲୀ ଯାଇପାରୁ ନ ଥିଲେ। ବିଏଫ୍‌ଆଇ ସଭାପତି ଅଜୟ ସିଂ ସ୍ପାଇସ୍‌ଜେଟ୍‌ର ପରିଚାଳନା ନିର୍ଦ୍ଦେଶକ ମଧ୍ୟ ଅଟନ୍ତି। ତାଙ୍କର ବ୍ୟକ୍ତିଗତ ଉଦ୍ୟମ ଯୋଗୁ ଡିଙ୍ଗ୍‌କୋଙ୍କୁ ଦିଲ୍ଲୀ ନେବା ବ୍ୟବସ୍ଥା ସମ୍ଭବ ହୋଇଥିଲା। ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜେତା ଶନିବାର ସନ୍ଧ୍ୟାରେ ଏଠାରେ ପହଞ୍ଚତ୍ବା ମାତ୍ରେ ବିମାନ ବନ୍ଦରରୁ ତାଙ୍କୁ ଏକ ଆମ୍ବୁଲାନ୍ସ ଯୋଗେ ସିଧାସଳଖ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରୀ ସାଇନ୍ସ (ଆଇଏଲ୍‌ବିଏସ୍‌)କୁ ନିଆଯାଇଥିଲା। ତାଙ୍କ ସହିତ ସ୍ତ୍ରୀ ଏନ୍‌ଗାନ୍‌ଗମ୍‌ ବାବାଇ ଦେବୀ ମଧ୍ୟ ଯାଇଛନ୍ତି। ଅର୍ଜୁନ ଓ ପଦ୍ମଶ୍ରୀ ପୁରସ୍କାର ବିଜେତା ଡିଙ୍ଗ୍‌କୋ ହେଉଛନ୍ତି ମଣିପୁର ରାଜ୍ୟ ବାସିନ୍ଦା। ସେ ଜଣେ ବ୍ୟାଣ୍ଟମଓ୍ବେଟ୍‌ ବକ୍ସର। ବ୍ୟାଙ୍କକ୍‌ରେ ଏସିଆନ ଗେମ୍ସର ୧୯୯୮ ସଂସ୍କରଣରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri