Posted inଖେଳ

ସ୍ପେନ୍‌ରେ ପ୍ରଫେଶନାଲ ଫୁଟ୍‌ବଲ ସସ୍‌ପେଣ୍ଡ୍‌

ମାଡ୍ରିଡ୍‌, ୨୪ା୩ (ଏଏଫ୍‌ପି)- କରୋନା ଭାଇରସ୍‌ ସଂକ୍ରମଣ ଭୟରେ ପୁନର୍ବାର ନୋଟିସ ଜାରି ନ ହେବା ପର୍ଯ୍ୟନ୍ତ ସ୍ପେନରେ ପ୍ରଫେସନାଲ ଫୁଟ୍‌ବଲକୁ ସସ୍‌ପେଣ୍ଡ କରାଯାଇଛି। ଲା ଲିଗା ଓ ସ୍ପାନିଶ ଫୁଟ୍‌ବଲ ଫେଡେରେଶନ (ଆର୍‌ଏଫ୍‌ଇଏଫ୍‌) ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି। ସ୍ବାସ୍ଥ୍ୟଗତ ରିସ୍କ୍‌ ନ ଥିବା ବିଷୟ ହୃଦୟଙ୍ଗମ କରି ସ୍ପାନିଶ ସରକାର ଯେତେବେଳେ ନିଷ୍ପତ୍ତି ନେବେ ସେତେବେଳେ ଦୁଇ ଟପ୍‌ ଡିଭିଜନର ମ୍ୟାଚ ଗୁଡ଼ିକ ଖେଳାଯିବ ବୋଲି ଲା ଲିଗା ଓ ଆର୍‌ଏଫ୍‌ଇଏଫ୍‌ ପ୍ରକାଶ କରିଛନ୍ତି। ପୂର୍ବରୁ ମାର୍ଚ୍ଚ ୧୨ରୁ ଦୁଇ ସପ୍ତାହ ପର୍ଯ୍ୟନ୍ତ କାର୍ଯ୍ୟସୂଚୀକୁ ସସ୍‌ପେଣ୍ଡ କରାଯାଇଥିଲା। ଚଳିତ ସପ୍ତାହ ଶେଷ ଭାଗରେ ଖେଳ ଆରମ୍ଭ କରିବା ଲାଗି ସ୍ଥିର କରାଯାଇଥିଲା। ମାତ୍ର ସଂକଟ ଜାରି ରହିବାରୁ ଶେଷରେ ଫୁଟ୍‌ବଲକୁ ସସ୍‌ପେଣ୍ଡ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?