Posted inଖେଳ

ସ୍ପୋର୍ଟ୍ସ କମ୍ପ୍ଲେକ୍ସକୁ ଅନୁମତି ମିଳିଲା

ନୂଆଦିଲ୍ଲୀ, ୧୮ା୫ (ପି.ଟି.)-କରୋନାଭାଇରସ୍‌ ଯୋଗୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ କରିବା ଲାଗି ସରକାର ବାଧ୍ୟ ହୋଇଛନ୍ତି। ତେବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ କ୍ରୀଡ଼ା କମ୍ପ୍ଲେକ୍ସ ଖୋଲିିବା ଲାଗି ଅନୁମତି ଦେଇଛନ୍ତି। ଫଳରେ ମାର୍ଚ୍ଚ ମଧ୍ୟଭାଗରୁ ବନ୍ଦ ରହିଥିବା ଆଥଲେଟ୍‌ମାନଙ୍କ ଟ୍ରେନିଂ କାର୍ଯ୍ୟ ପୁଣି ଆରମ୍ଭ ହୋଇ ପାରିବ। ସ୍ପୋଟର୍‌ସ କମ୍ପ୍ଲେକ୍ସ ଏବଂ ଷ୍ଟାଡିୟମ ଖୋଲିବା ଲାଗି ଅନୁମତି ଦିଆଯାଇଥିଲେ ହେଁ ଦର୍ଶକମାନଙ୍କୁ ବାରଣ କରାଯାଇଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ମାନି ଚଳିବାକୁ ହେବ। ଲକ୍‌ ଡାଉନ୍‌ ମିଆଦ ୧୭ ତାରିଖରେ ଶେଷ ହେଉଥିଲେ ମଧ୍ୟ ଏହାର ମିଆଦକୁ ସରକାର ପୁଣି ମେ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଭାରତରେ କୋଭିଡ୍‌-୧୯ ରୋଗୀଙ୍କ ସଂଖ୍ୟା ୯୦,୦୦୦ରୁ ଅଧିକ ହୋଇଥିବାବେଳେ ଇତିମଧ୍ୟରେ ୩୦୦୦ ପାଖାପାଖି ମୃତ୍ୟୁବରଣ କରିସାରିଲେଣି। ମାର୍ଚ୍ଚ ମଧ୍ୟ ଭାଗରେ ଲକ୍‌ଡାଉନ୍‌ ଲାଗୁ କରାଯାଇଥିଲା। ପଟିଆଲାସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) କମ୍ପ୍ଲେକ୍ସଠାରେ ବର୍ତ୍ତମାନ ଅବସ୍ଥାନ କରୁଥିବା ଏଲିଟ୍‌ ଆଥଲେଟ୍‌ମାନେ ପୁନର୍ବାର ଟ୍ରେନିଂ ଆରମ୍ଭ କରିବା ଲାଗି ଦାବି କରିଥିଲେ। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଗତ ସପ୍ତାହରେ ଭିଡିଓ କନଫରେନ୍ସ ଜରିଆରେ ଏ ବିଷୟରେ ଆଥ୍‌ଲେଟମାନଙ୍କ ମତାମତ ଜାଣିବାକୁ ଚାହିଁଥିଲେ। ଚଳିତମାସ ଶେଷ ଭାଗରେ କିଛି ନ ହେଲେ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଆଥଲେଟମାନଙ୍କ ଲାଗି ପୁଣି ଜାତୀୟ କ୍ୟାମ୍ପ ଆରମ୍ଭ କରିବା ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ମେ ୩ ତାରିଖରେ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?